ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ରାଜ୍ୟରେ ମହିଳା ଉଦ୍ୟୋଗୀଙ୍କ ପାଇଁ ହେବ ଶିଳ୍ପ ପାର୍କ, ମେକ୍‌ ଇନ୍‌ ଓଡିଶା କନ୍‌କ୍ଲେଭ୍‌ରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା
  • ||
  • ଭୁବନେଶ୍ୱର: ଇଡିରେ ହାଜର ହେଲେ ଶିବ ପ୍ରସାଦ, ଅର୍ଚ୍ଚନାଙ୍କ ସହ ଟଙ୍କା କାରବାର ନେଇ ଦ୍ୱିତୀୟ ଥର ହାଜିରା
  • ||
  • କୋଣାର୍କ: ଦର୍ଶକଙ୍କ ମନ ମୋହୁଛି ମହୋତ୍ସବ, ଦ୍ୱିତୀୟ ସଂଧ୍ୟାରେ ଦର୍ଶକଙ୍କୁ ଆକର୍ଷିତ କଲା ମଣିପୁରୀ ନୃତ୍ୟ
  • ||
  • ଉମରକୋଟ : ଗଛକୁ ପିଟିଲା କାର୍‌ , ତିନି ମୃତ, ଦୁଇ ଗୁରୁତର
  • ||

ଦୁଇ ବାଇକ୍ ମୁହାଁମୁହିଁ ଧକ୍କା : ଜଣେ ମୃତ, ୨ ଗୁରୁତର

6/06/2022 at 10:35 AM

ଲମତାପୁଟ ୬।୬: କୋରାପୁଟ ଜିଲ୍ଲା ନନ୍ଦପୁର ଥାନା ଅନ୍ତର୍ଗତ କୁମାରଗୁଡା ଗାଁ ନିକଟରେ ୨ଟି ବାଇକ୍ ମୁହାମୁହିଁ ଧକ୍କା ହୋଇଛି । ଦୁର୍ଘଟଣା ଫଳରେ ଜଣଙ୍କର ମୃତ୍ୟୁ ହୋଇଛି । ଅନ୍ୟ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି । ମୃତ ଯୁବକ ଜଣଙ୍କ ଲମତାପୁଟ ସିଲପଡା ଗ୍ରାମର ଧନୁର୍ଜୟ ବୋଲି ଜଣାପଡିଛି । ଆହତ ଦୁଇ ଜଣଙ୍କ ମଧ୍ୟରୁ ଜଣେ ସିଲପଡ଼ା ଗାଁର ହରି ପାଙ୍ଗି ଏବଂ ଅନ୍ୟ ଜଣଙ୍କର ପରିଚୟ ମିଳିନଥିବା ଜଣାପଡ଼ିଛି।

ଘଟଣା ସମ୍ପର୍କରେ ଖବର ପାଇ ନନ୍ଦପୁର ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାର ଶିକାର ହୋଇଥିବା ଯୁବକମାନଙ୍କୁ ଉଦ୍ଧାର କରିଥିଲେ । ନନ୍ଦପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ଗୁରୁତର ଆହତ ଦୁଇ ଜଣଙ୍କୁ କୋରାପୁଟ ସହିଦ ଲକ୍ଷ୍ମଣନାୟକ ମେଡ଼ିକାଲ କଲେଜକୁ   ସ୍ଥାନାନ୍ତର କରାଯାଇଥିବା ଜଣାପଡିଛି ।

   Related Posts