ରାଜ୍ୟରେ ଆଜି ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଆସିଲା ତଥ୍ୟ, ସଂକ୍ରମିତ ଜଣଙ୍କ ବାଲେଶ୍ୱର ଜିଲ୍ଲାର

Published By : Prameya-News7 Bureau | May 01, 2020 IST

ଭୁବନେଶ୍ୱର ୦୧।୦୫: ରାଜ୍ୟରେ ଆଜି ପୁଣି ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୪୩ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତ ଜଣଙ୍କ ବାଲେଶ୍ୱର ଜିଲ୍ଲାର ବୋଲି ଜଣାପଡିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ଟ୍ୱିଟ୍‌ କରି ସୂଚନା ପ୍ରଦାନ କରିଛନ୍ତି ।

wp:core-embed/twitter {"url":"https://twitter.com/IPR_Odisha/status/1256051119547133952","type":"rich","providerNameSlug":"twitter","className":""}
https://twitter.com/IPR_Odisha/status/1256051119547133952
/wp:core-embed/twitter

ଶୁକ୍ରବାର ଚିହ୍ନଟ ହୋଇଥିବା ସଂକ୍ରମିତ ଜଣଙ୍କ ବାଲେଶ୍ୱର ଜିଲ୍ଲାର । ଆକ୍ରାନ୍ତଙ୍କ ବୟସ ୫୮ବର୍ଷ ଏବଂ ସେ ପୁରୁଷ ବୋଲି ଜଣାପଡିଛି । ସଂକ୍ରମିତ ବ୍ୟକ୍ତିଙ୍କ କଣ୍ଟ୍ରାକ୍ଟ ଟ୍ରେସିଂ ଜାରି ରହିଛି । ଏବଂ ତାଙ୍କର ପଶ୍ଚିମବଙ୍ଗ ଲିଙ୍କ ରହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.