ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଦୁଇ ଗୁରୁତର

Published By : Prameya-News7 Bureau | July 27, 2025 IST

ଭଦ୍ରକ ୨୭।୦୭ : ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା । ଜଣଙ୍କର ମୃତ୍ୟୁ ହୋଇଥିବା ଦୁଇ ଜଣ ଗୁରୁତର ହୋଇଛନ୍ତି । ମୃତାହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । 

ଖବର ଅନୁଯାୟୀ, ଭଦ୍ରକରୁ ବାସୁଦେବପୁର ରାସ୍ତାର ହଳଦୀଡିହ ଛକ ନିକଟରେ ଘଟିଛି ଦୁର୍ଘଟଣା । ଏହି ସମୟରେ ଦୁଇଟି ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଯାହାଫଳରେ ଗାଡ଼ିରେ ଥିବା ଆରୋହୀଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି । ଏହାପରେ ତୁରନ୍ତ ମୃତାହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ବାକି ଗୁରୁତରଙ୍କ ମଧ୍ୟରେ ଜଣେ ଯୁବତୀ ଥିବା ସୂଚନା ମିଳିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.