scan steel
web-baneer-728x90
WhatsApp Image 2023-12-06 at 12.52.17
krs-300-250-banner english-1
krs-728-90-banner english-2
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ଆଉ ଏକ ଘୂର୍ଣ୍ଣିବଳୟ : ପ୍ରବଳ ବର୍ଷା ସହ ଘଣ୍ଟା ପ୍ରତି ୪୦ରୁ ୫୦କିମି ବେଗରେ ବହିପାରେ ପବନ, ଅରେଞ୍ଜ ଆଲର୍ଟ ଜାରି

6/07/2019 at 4:47 PM

ଭୁବନେଶ୍ବର ୬|୭: ଘୂର୍ଣ୍ଣିବଳୟ ପ୍ରଭାବରେ ମୌସୁମୀ ସକ୍ରିୟ । ଉତ୍ତର ପଶ୍ଟିମ ବଙ୍ଗୋପସାଗର ଓ ପଶ୍ଟିମବଙ୍ଗ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏଥିସହ ଦକ୍ଷିଣ ଛତିଶଗଡରେ ଆଉ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ଉପରୋକ୍ତ କ୍ଷେତ୍ର ସହ ମିଶିଥିବାରୁ ଓଡିଶାରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି ।

ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ଧରି ଓଡିଶାର ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସମ୍ବଲପୁର, ଦେବଗଡ, ସୁନ୍ଦରଗଡ, ବରଗଡ, ବଲାଙ୍ଗୀର, ସୋନପୁର, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକ ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । 

ଉପକୂଳ ଓଡିଶାରେ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ । ଏହି ସମୟ ମଧ୍ୟରେ ସମୁଦ୍ର ଅଶାନ୍ତ ରହିବ । ତେଣୁ ୭ ତାରିଖ ଯାଏ ସମୁଦ୍ରକୁ ଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ବାରଣ କରିଛି ପାଣିପାଗ ବିଭାଗ । ପ୍ରବଳରୁ ଅତିପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଓଡିଶା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।

   Related Posts