ଭୁବନେଶ୍ବର ୨୫।୯: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା । ଆହୁରି ୨୪ ଘଣ୍ଟା ଲାଗି ରହିବ ବର୍ଷା । ବିଶେଷ କରି ଉପକୂଳ ଅଞ୍ଚଳରେ ଅଧିକ ବର୍ଷା ହେବ ।
ମୟୂରଭଂଜ,ବାଲେଶ୍ବର, କଟକ, ଖୋର୍ଦ୍ଧା, ପୁରୀ, ଭଦ୍ରକ, ଗଂଜାମ ୭ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ନୟାଗଡ଼, କେଉଁଝର, କନ୍ଧମାଳ, ବୌଦ୍ଧ, ଢେଙ୍କାନାଳ ଆଦି ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଗଜପତି, ବରଗଡ଼ରେ ମଧ୍ୟ ପ୍ରବଳ ବର୍ଷିବ ବୋଲି ପାଣିପାଗ ବିଭାଗ କହିଛି ।
ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରେ ସର୍ବାଧିକ ୧୨୬ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ସେହିପରି କଟକ ୧୦୭, ବାଲେଶ୍ବରରେ ୧୦୩.୬, ଗଞ୍ଜାମରେ ୯୦.୬ ମିଲିମିଟର ବର୍ଷା ରେକର୍ଡ କରାଯାଇଛି ।