ଉତ୍ତର ପୂର୍ବ ବଙ୍ଗୋପସାଗରେ ଘୂର୍ଣ୍ଣିବଳୟ : ୯ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

Published By : Prameya-News7 Bureau | August 12, 2019 IST

ଭୁବନେଶ୍ବର ୧୨/୮: ଉତ୍ତର ପୂର୍ବ ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ୨୪ ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେବ । ଆଜିଠୁ ୧୪ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ୯ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲା ଗୁଡିକ ହେଲା କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ, ସମ୍ବଲପୁର, ଝାରସୁଗୁଡା, ବରଗଡ, ନୂଆପଡା, ନବରଙ୍ଗପୁର ବଲାଙ୍ଗିର । ଏହି ସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ।

ଉପକୂଳ ଓଡିଶାର ଅନୁଗୋଳ, ଢେଙ୍କାନାଳ, ମାଲକାନଗିରିରେ ବି ବର୍ଷା ହେବାର ସମ୍ଭାବନା ରହିଛି ।ଆସନ୍ତାକାଲି ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଅନୁଗୋଳ ,କେଦ୍ରାପଡା, କଟକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଗତକାଲି ସୁଦ୍ଧା ସାରା ରାଜ୍ୟରେ ସାଧାରଣଠାରୁ ୧୧ ପ୍ରତିଶତ କମ୍ ବର୍ଷା ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ କନ୍ଧମାଳରେ ସର୍ବାଧିକ ୮୫ ମିଲିମିଟର ବର୍ଷା ରେକର୍ଡ କରାଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.