ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମିଶନ୍‌ ଶକ୍ତିକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଢ଼ିଲା ଋଣ ପରିମାଣ
  • ||

ORHDC ଦୁର୍ନୀତି ମାମଲା: କଂଗ୍ରେସ୍‌ ବିଧାୟକ ମହମ୍ମଦ ମୋକିମ୍‌ଙ୍କ ସହ ୪ ଜଣଙ୍କୁ ୩ ବର୍ଷ ଲେଖାଏଁ ଜେଲ୍‌ ଦଣ୍ଡ

29/09/2022 at 4:54 PM

କଟକ,୨୯/୦୯: ORHDC ଦୁର୍ନୀତି ମାମଲାରେ ଦଣ୍ଡାଦେଶ ଶୁଣାଇଲେ ଭିଜିଲାନ୍ସ କୋର୍ଟ । କଟକ ସଦର ବିଧାୟକ ତଥା ମେଟ୍ରୋ ବିଲ୍ଡର୍ସର ପରିଚାଳନା ନିର୍ଦ୍ଦେଶକ ମହମ୍ମଦ ମୋକିମ୍‌ଙ୍କୁ ୩ ବର୍ଷ ଜେଲ୍‌ ଦଣ୍ଡ ଶୁଣାଇଛନ୍ତି କେର୍ଟ । ମୋକିମ୍ମଙ୍କ ସହିତ ଅନ୍ୟ ୩ ଜଣଙ୍କୁ ମଧ୍ୟ ଜେଲ୍‌ ଦଣ୍ଡ ଶୁଣାଇଛନ୍ତି କୋର୍ଟ । ପୂର୍ବତନ ଆଇଏଏସ୍‌ ବିନୋଦ କୁମାରଙ୍କୁ ମଧ୍ୟ ଜେଲ୍‌ ଦଣ୍ଡ ମିଳିଥିବା ବେଳେ ମେଟ୍ରୋ ବିଲ୍ଡରର ନିର୍ଦ୍ଦେଶକ ପିୟୂଷ ମହାନ୍ତି ଏବଂ କମ୍ପାନୀ ସେକ୍ରେଟାରୀ ସ୍ୱସ୍ତି ରଞ୍ଜନ ମହାପାତ୍ରଙ୍କୁ ୩ ବର୍ଷ ଲେଖାଏଁ ଦଣ୍ଡାଦେଶ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ଏଥିସହିତ ପ୍ରତ୍ୟେକଙ୍କୁ ୫୦ ହଜାର ଲେଖାଏଁ ଜରିମାନା କରିଛନ୍ତି କୋର୍ଟ । ଜରିମାନା ଅନାଦେୟ ଅଧିକ ୬ ମାସ ଜେଲ୍‌ରେ ରହିବା ନେଇ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । 

   Related Posts