ଅଣସର ଘରେ ଚାଲିଛି ଗୁପ୍ତ ଉପଚାର, ମଙ୍ଗଳବାର ଲାଗିହେବ ତିନିଠାକୁରଙ୍କୁ ଓଷ

Published By : Prameya-News7 Bureau | June 17, 2025 IST

ପୁରୀ ୧୭/୦୬: ଅଣସର ଘରେ ଥିବା ମହାପ୍ରଭୁଙ୍କ ଚାଲିଛି ଗୁପ୍ତ ଉପଚାର । ଅନବସରର ଷଷ୍ଠୀ ଅବସରରେ ଆଜି ମହାପ୍ରଭୁଙ୍କୁ ଓଷ ବା ଔଷଧ ଲାଗି କରାଯିବ। ଏହା ଆସନ୍ତା ୩ ଦିନ ଧରି ଚାଲିବ। ସୋମବାର ଅନବସର ପଞ୍ଚମୀ ତିଥିରେ ଶ୍ରୀବିଗ୍ରହଙ୍କୁ ଫୁଲୁରି ତେଲ ଲାଗି କରାଯାଇଥିଲା । 

ଫୁଲୁରୀ ତେଲ ଓ ଓଷ ଲାଗି ପରେ ପ୍ରବଳ ଜ୍ୱରରେ ପୀଡିତ ଥିବା ମହାପ୍ରଭୁ ସୁସ୍ଥ ହୋଇଥାନ୍ତି । ଶ୍ରୀମନ୍ଦିର ରାଜବୈଦ୍ୟଙ୍କ ପରାମର୍ଶ କ୍ରମେ ପ୍ରଭୁଙ୍କ ଆୟୁର୍ବେଦ ପଦ୍ଧତିରେ ଚିକିତ୍ସା କରାଯାଇଥାଏ । ଘନ ଅନ୍ଧକାର ମଧ୍ୟରେ ମହାପ୍ରଭୁଙ୍କ ଏହି ଅନବସର ଗୁପ୍ତ ଚିକିତ୍ସା କରାଯାଇଥାଏ । ସେପଟେ ରଥଯାତ୍ରା ଆଉ ମାତ୍ର ୧୦ ଦିନ ଥିବାରୁ ତିନି ରଥର ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । 

ତିନି ରଥରେ ତେରପରସ୍ତ ପୋଟଳ ସେଟିଂ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ରୂପକାର ସେବକ ମାନେ ଖୋଦେଇ କାର୍ଯ୍ୟ କରୁଥିବା ବେଳେ ଚିତ୍ରକର ସେବକ ମାନେ ରଙ୍ଗ କାର୍ଯ୍ୟ ଓ ରଥର ବାହ୍ୟ ଅଂଶ ଗୁଡ଼ିକରେ ରଙ୍ଗ ଦେଉଛନ୍ତି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.