ଭୁବନେଶ୍ୱର: ଗଞ୍ଜାମ ଶେରଗଡରୁ ପୁରୀକୁ ଗଡ଼ିଲା ପ୍ରଥମ ଏସି ବସ୍ ଜଗନ୍ନାଥ ଏକ୍ସପ୍ରେସ। ପତାକା ଦେଖାଇ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି (ମେ ୩୧)ଭିଡିଓ କନଫରେନ୍ସିଂ ଜରିଆରେ ଏହି ବସ୍ସେବାର ଉଦ୍ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ।
OSRTC ପକ୍ଷରୁ ଏହି ବସ ସେବା ଆରମ୍ଭ କରାଯାଇଛି। ଏହି ଅବସରରେ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଯେ ଶେରଗଡ ରୁ ପୁରୀ ମଧ୍ୟରେ ଏହି ନୂଆ ବସ୍ ସେବା ଦ୍ୱାରା ଶେରଗଡ ଜନସାଧାରଣ ସୁବିଧାରେ ପୁରୀ ଯାଇ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ଲାଭ କରିପାରିବେ। ବିଶେଷ କରି କାର୍ତ୍ତିକ ମାସରେ ଗଞ୍ଜାମ ବହୁ ଲୋକ ହବିଷ ପାଇଁ ପୁରୀ ଯାଉଥିବାରୁ ଏହି ବସ୍ ସେବା ସେମାନଙ୍କ ପାଇଁ ବିଶେଷ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
{"id":795905,"sizeSlug":"full","linkDestination":"none"} wp:heading {"level":4}ପଢ଼ନ୍ତୁ- ରାଜ୍ୟରେ ଅଘୋଷିତ ବିଜୁଳି କାଟ ହେଉନି: ଶକ୍ତିମନ୍ତ୍ରୀ ପ୍ରତାପ ଦେବ
/wp:headingମୁଖ୍ୟମନ୍ତ୍ରୀ ଆହୁର କହିଛନ୍ତି ଯେ ଯେ 5-T ସ୍କୁଲ ରୂପାନ୍ତର ହେଉ ବା ମନ୍ଦିର ରୂପାନ୍ତର, ଗଞ୍ଜାମ ସବୁବେଳେ ଆଗରେ ରହିଛି। ମା’ ତାରା ତାରିଣୀଙ୍କ ମନ୍ଦିର ରୂପାନ୍ତର କାମ ଜିଲ୍ଲାବାସୀଙ୍କ ପାଇଁ ଆନନ୍ଦ ଆଣି ଦେଇଛି। ସେହିପରି 5-T ସ୍କୁଲ୍ ରୂପାନ୍ତର ଛାତ୍ରଛାତ୍ରୀ ଓ ଅଭିବାବକମାନଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ପଞ୍ଚାୟତରାଜ କ୍ଷେତ୍ରରେ ଗଂଜାମ ଜିଲ୍ଲା ପରିଷଦ ଜାତୀୟ ସ୍ତରରେ ଶ୍ରେଷ୍ଠ ଜିଲ୍ଲା ପରିଷଦ ପୁରସ୍କାର ଲାଭ କରିଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଆଭିନନ୍ଦନ ଜଣାଇଛନ୍ତି। ଜନସାଧାରଣଙ୍କ ଆଶୀର୍ବାଦ ଓ ସହଯୋଗ ଜାରି ରହିଲେ ଆଗାମୀ ଦିନରେ ଗଞ୍ଜାମ ଜିଲ୍ଲା ଆହୁରି ଅନେକ ସଫଳତା ଲାଭ କରିପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି କାର୍ଯ୍ୟକ୍ରମରେ ସାଂସଦ ଶ୍ରୀ ଚନ୍ଦ୍ରଶେଖର ସାହୁ ଗଞ୍ଜାମ ଜିଲ୍ଲାପାଳ ,OSRTC ର ଅଧିକାରୀ ଓ ଶେରଗଡର ପଞ୍ଚାୟତ ପ୍ରତିନିଧିମାନେ ଉପସ୍ଥିତ ଥିଲେ।