କଟକ: ଆସନ୍ତା ୧୭ ତାରିଖରେ ସାରା ରାଜ୍ୟରେ ଓଟିଇଟି ପରୀକ୍ଷା ଅନୁଷ୍ଠିତ ହେବାକୁ ଯାଉଛି। ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଏହି ପରୀକ୍ଷାରେ ରାଜ୍ୟର ୧ ଲକ୍ଷ ୬୦ ହଜାର ୩୭୯ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ଏଥିରେ ଉଭୟ ଇନସର୍ଭିସ ଓ ଆଶାୟୀ ଶିକ୍ଷକ ଶିକ୍ଷୟିତ୍ରୀ ଅଛନ୍ତି।

ସମସ୍ତ ପରୀକ୍ଷା କେନ୍ଦ୍ରରେ ସିସିଟିଭି ବ୍ୟବସ୍ଥା ଗ୍ରହଣ କରାଯାଇଛି। ବୋର୍ଡ କାର୍ଯ୍ୟାଳୟ କମାଣ୍ଡ କଣ୍ଟ୍ରୋଲ ରୁମରୁ ସମସ୍ତ ପରୀକ୍ଷା କେନ୍ଦ୍ର ନିୟନ୍ତ୍ରଣ ବ୍ୟବସ୍ଥା ହୋଇଛି। ଆସନ୍ତା ୧୪ ତାରିଖରୁ ଡିଜି ଲକରରେ ପ୍ରଶ୍ନପତ୍ର ଓ ଓଏମଆର ସିଟ ପଠାଯିବ। ୩୦ଟି ଜିଲ୍ଲା ପାଇଁ ୩୯ଟି ରୁଟରେ ଆର୍ମ ପୋଲିସ ସହିତ ପ୍ରଶ୍ନପତ୍ର ପଠାଯିବ। ଏନେଇ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ସୂଚନା ଦେଇଛନ୍ତି।