ସ୍ବାଧୀନତାର ୭୫ବର୍ଷ ପୂର୍ତ୍ତି ଉପଲକ୍ଷେ ପଦଯାତ୍ରା, ସାମିଲ ହେଲେ ସାନଖେମୁଣ୍ଡି ବିଧାୟକ

Published By : Prameya-News7 Bureau | August 13, 2022 IST

ସାନଖେମୁଣ୍ଡି ୧୩।୮: ସ୍ବାଧୀନତାର ୭୫ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନରେ ଦେଶ ପାଳୁଛି ହର୍ ଘର୍ ତ୍ରିରଙ୍ଗା । ଏହି ଅବସରରେ ଗଞ୍ଜାମ ଜିଲ୍ଲାରେ ମଧ୍ୟ ଏହି ଉତ୍ସବ ପାଳିତ ହେଉଛି ।  

ଗଞ୍ଜାମ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଦିଗପହଣ୍ଡିରେ ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ଆୟୋଜିତ ହୋଇଛି ସ୍ବାଧୀନତାର ଗୌରବ ପଦଯାତ୍ରା । ଏହି ପଦଯାତ୍ରାରେ ସାନଖେମୁଣ୍ଡି ବିଧାୟକ ତଥା ଗଞ୍ଜାମ ଜିଲ୍ଲା କଂଗ୍ରେସ କମିଟି ସଭାପତି ରମେଶ ଚନ୍ଦ୍ର ଜେନା ଯୋଗଦାନ କରିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.