ନଭେମ୍ବର ୨୧ରୁ ଆରମ୍ଭ ହେବ ଧାନ କିଣା, ୮୦ ଲକ୍ଷ ଟନ୍‌ କିଣିବାକୁ ଲକ୍ଷ୍ୟ ଧାର୍ଯ୍ୟ

Published By : Prameya-News7 Bureau | November 04, 2024 IST

News7

ଭୁବନେଶ୍ୱର: ନଭେମ୍ବର ମାସ ୨୧ ତାରିଖରୁ ଆରମ୍ଭ ହେବ ଧାନ କିଣା। ଚଳିତ ଖରିଫ୍‌ ଋତୁ ପାଇଁ ୨୧ରୁ ଧାନ କିଣା ଆରମ୍ଭ ହୋଇଛି। ଧାନ କିଣା ନେଇ ମନ୍ତ୍ରିସ୍ତରୀୟ ବୈଠକରେ ନିଷ୍ପତ୍ତି ହୋଇଛି। ବରଗଡ଼ ଜିଲ୍ଲାରୁ ଧାନ କିଣା ଆରମ୍ଭ ନେଇ ନିଷ୍ପତ୍ତି ନିଆଯାଇଛି। ଚଳିତ ବର୍ଷ ୮୦ ଲକ୍ଷ ଟନ୍‌ ଧାନ କିଣିବାକୁ ଲକ୍ଷ୍ୟ ଧାର୍ଯ୍ୟ ହୋଇଛି।

ଚାଷୀଙ୍କ ଠାରୁ ରାଜ୍ୟ ସରକାର ଧାନ କୁଇଣ୍ଟାଲ ପିଛା ୩୧ ଶହ ଟଙ୍କାରେ କିଣିବେ। ନଭେମ୍ବର ତୃତୀୟ ସପ୍ତାହ ଅର୍ଥାତ୍ ୨୧ ତାରିଖରୁ ଆରମ୍ଭ ହେବ ଧାନ କିଣା ପକ୍ରିୟା। ଧାନର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି) ୨୩୦୦ ଟଙ୍କା ସହିତ ରାଜ୍ୟ ସରକାରଙ୍କ ତରଫରୁ ଇନ୍‌ପୁଟ ସହାୟତା ୮୦୦ ଟଙ୍କା ମିଶାଇ ଚଳିତ ବର୍ଷ ଧାନ କିଣା ଦର କ୍ୱିଣ୍ଟାଲ ପ୍ରତି ୩୧୦୦ ଟଙ୍କା ଧାର୍ଯ୍ୟ କରାଯାଇଛି। 

ଧାନ କ୍ରୟ ପ୍ରକ୍ରିୟା ସୁବ୍ୟବସ୍ଥା ପାଇଁ ପକ୍ରିୟାକୁ ଶେଷ ହେବା ଯାଏ  ମଣ୍ଡିରେ ରହିବେ ଅଧିକୃତ ଅଧିକାରୀ। ୪ ରୁ ୫ ଟି ମଣ୍ଡିକୁ ନେଇ ଜଣେ ଲେଖାଁଏ ସୁପରଭାଇଜର ରହିବେ। ମଣ୍ଡିରେ ରହିବ କ୍ୱାଲିଟି ଟେଷ୍ଟିଂ ମେସିନ। ଅଗାଡି ଏଫକ୍ୟୁ ଧାନକୁ ଯାଞ୍ଚ କରାଯିବ। ମଣ୍ଡିରୁ ରାଇସ ମିଲ ପର୍ଯ୍ୟନ୍ତ ଧାନ ପରିବହନ ବ୍ୟବସ୍ତା ତଦାରଖ କରିବ ପରିବହନ ବିଭାଗ।

ସେପଟେ ପଡୋଶୀ ରାଜ୍ୟରୁ ଧାନ ଯେମିତି ଓଡ଼ିଶା ମଧ୍ୟକୁ ପ୍ରବେଶ ନକରେ ତା ପ୍ରତି ପାଟ୍ରୋଲିଂ ଟିମ୍ ମୁତୟନ ସହ ସିସିଟିଭି ବ୍ୟବସ୍ଥା କରାଯିବ। ଚାଷୀଙ୍କ ଧାନ ବିକ୍ରି ଟୋକନ୍ ଲାପସ ନହେବା ପାଇଁ ବ୍ୟବସ୍ଥା କରାଯାଇଛି । ତ୍ୱରିତ ନିଷ୍ପତି ନେବା ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଚାଷୀଙ୍କ ସୁରକ୍ଷା, କଟଣିଛଟନୀ ମୁକ୍ତ ଧାନ କିଣା ଉପରେ ଗୁରୁତ୍ୱ ଦେବେ ରାଜ୍ୟ ସରକାର।  

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.