Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭଦ୍ରକ: ଲାଞ୍ଚ ନେଇ ନିଲମ୍ୱିତ ହେଲେ ରାଜସ୍ୱ ନିରୀକ୍ଷକ, କହିଥିଲେ ମୋ ମୁଣ୍ଡର ଦାମ୍‌ କଣ ୨୦୦ ଟଙ୍କା ?
  • ||
  • ବାରିପଦା:ସରକାରୀ ବସଷ୍ଟାଣ୍ଡ ସମ୍ମୁଖରେ ଭୟାବହ ଅଗ୍ନିକାଣ୍ଡ, ୪ ଦୋକାନ ଓ ହୋଟେଲ ଭସ୍ମୀଭୂତ
  • ||

ପଦ୍ମପୁର ଉପନିର୍ବାଚନ; ୨ ସ୍ୱାଧୀନ ପ୍ରାର୍ଥୀଙ୍କ ନାମାଙ୍କନ ନାକଚ, ମୈଦାନରେ ୧୧ ପ୍ରାର୍ଥୀ

18/11/2022 at 3:24 PM

ପଦ୍ମପୁର: ପଦ୍ମପୁର ଉପନିର୍ବାଚନ ପାଇଁ ନାମାଙ୍କନ ପତ୍ର ଯାଞ୍ଚା ପ୍ରକ୍ରିୟା ଶେଷ ହୋଇଛି । ଉପନିର୍ବାଚନ ପାଇଁ ମୋଟ ୧୩ ଜଣ ପ୍ରାର୍ଥୀ ପତ୍ର ଦାଖଲ କରିଥିବା ବେଳେ ୨ ଜଣଙ୍କ ପ୍ରାର୍ଥିପତ୍ର ନାକଚ ହୋଇଛି । ନିର୍ବାଚନ ପାଇଁ ସମୁଦାୟ ୧୧ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର କାଏମ ରହିଛି । ୩ ପ୍ରମୁଖ ରାଜନୈତିକ ଦଳ ବିଜେପି, ବିଜେଡି ଓ କଂଗ୍ରେସ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର କାଏମ ରହିଛି । ୨ ସ୍ୱାଧୀନ ପ୍ରାର୍ଥୀ ଜୟନ୍ତ ଥାପା ଓ ଦେବବ୍ରତ ସୁନାନୀଙ୍କ ପ୍ରାର୍ଥୀପତ୍ର ନାକଚ ହୋଇଛି ।

ଗୁରୁବାର ନଭେମ୍ୱର ୧୬ରେ ପଦ୍ମପୁର ଉପନିର୍ବାଚନ ପାଇଁ ଶେଷ ଦିନରେ ପ୍ରାର୍ଥୀପତ୍ର ଦାଖଲ କଲେ ୪ ପ୍ରାର୍ଥୀ । ବିଜେଡି ପ୍ରାର୍ଥୀ ବର୍ଷାରାଣୀ ସିଂ ବରିହା, ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ, କଂଗ୍ରେସ ପ୍ରାର୍ଥୀ ସତ୍ୟ ଭୂଷଣ ସାହୁ ନାମାଙ୍କନ ଦାଖଲ କରିଥିବା ବେଳେ ସ୍ୱାଧୀନ ପ୍ରାର୍ଥୀ ଭାବେ ଜୟନ୍ତ ଥାପ୍ପା ନିଜର ପ୍ରାର୍ଥିପତ୍ର ଦାଖଲ କରିଥିଲେ । ବଜେଡି ଓ ବିଜେପି ପ୍ରାର୍ଥୀ ନିରାଡ଼ାମ୍ବର ଭାବେ ଉପଜିଲ୍ଲାପାଳଙ୍କ ଅଫିସକୁ ଆସି ନୋମିନେସନ କରିଥିଲେ। ଅନ୍ୟପଟେ ନିଜ ସମର୍ଥକଙ୍କ ସହ ଶୋଭାଯାତ୍ରାରେ ଆସିଥିଲେ ନାମାଙ୍କନ ଭରିଥିଲେ କଂଗ୍ରେସ ପ୍ରାର୍ଥୀ । ଉଲ୍ଲେଖଯୋଗ୍ୟ ଯେ, ଆସନ୍ତା ଡିସେମ୍ୱର ୫ରେ ପଦ୍ମପୁର ଉପନିର୍ବାଚନ ପାଇଁ ଭୋଟିଂ ହେବ।

   Related Posts