scan steel
web-baneer-728x90
WhatsApp Image 2023-12-06 at 12.52.17
728x90-banner-17.2.24jpg
Untitled-1 copy (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

କିଏ ମାରିବ ପଦ୍ମପୁର ବାଜି ? ପଞ୍ଚମ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ଆଗୁଆ

8/12/2022 at 11:15 AM

ଭୁବନେଶ୍ୱର ୦୮।୧୨ : କାହାର ହେବ ପଦ୍ମପୁର । ଗୁରୁବାର ଆସିବ ପଦ୍ମପୁର ଉପନିର୍ବାଚନ ରେଜଲ୍ଟ । ସକାଳ ୮ଟାରୁ ଆରମ୍ଭ ହୋଇଯାଇଛି ଭୋଟ ଗଣତି । ପ୍ରଥମ, ଦ୍ୱିତୀୟ, ତୃତୀୟ, ଚତୁର୍ଥ, ପଞ୍ଚମ ରାଉଣ୍ଡରେ ମଧ୍ୟ ବିଜେଡି ପ୍ରାର୍ଥୀ ବର୍ଷା ସିଂହ ବରିହା ଆଗୁଆ ରହିଛନ୍ତି ।

ତେବେ ୪ର୍ଥ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥୀ ୨୬୦୧୯୮ ଖଣ୍ଡ ଭୋଟ ପାଇଥିବା ବେଳେ ବିଜେପି ପ୍ରାର୍ଥୀ ୧୭୮୧୬ ଖଣ୍ଡ ଭୋଟ ପାଇଛନ୍ତି । ସେହିପରି କଂଗ୍ରସ ପ୍ରାର୍ଥୀ ୮୪୫ ଖଣ୍ଡ ଭୋଟ ପାଇଥିବା ବେଳେ ଅନ୍ୟାନ୍ୟ ୧୨୭୨ ଖଣ୍ଡ ଭୋଟ ପାଇଛନ୍ତି ।

୧ମ ରାଉଣ୍ଡ :

ବିଜେଡି-୫୫୦୧

କଂଗ୍ରେସ-୨୦୬

ବିଜେପି-୩୭୮୯

ପ୍ରଥମ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ବର୍ଷା ସିଂହ ବରିହା ୧୭୧୨ ଖଣ୍ଡ ଭୋଟରେ ଆଗୁଆ

୨ୟ ରାଉଣ୍ଡ :

ବିଜେଡି- ୫୦୯୭

କଂଗ୍ରେସ-୧୬୦

ବିଜେପି-୩୧୯୦

୨ୟ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ବର୍ଷା ସିଂହ ବରିହା ୩୬୧୯ ଖଣ୍ଡ ଭୋଟରେ ଆଗୁଆ

୩ୟ ରାଉଣ୍ଡ :

ବିଜେଡି- ୫୩୧୮

କଂଗ୍ରେସ-୧୦୮

ବିଜେପି-୩୧୭୧

ତୃତୀୟ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ବର୍ଷା ସିଂହ ବରିହା ୫୭୬୬ ଖଣ୍ଡ ଭୋଟରେ ଆଗୁଆ ରହିଛନ୍ତି ।

୪ର୍ଥ ରାଉଣ୍ଡ :

ବିଜେଡି- ୫୯୨୧

କଂଗ୍ରେସ-୧୪୨

ବିଜେପି-୩୫୦୯

ଚତୁର୍ଥ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ବର୍ଷା ସିଂହ ବରିହା ୮୧୭୮ ଖଣ୍ଡ ଭୋଟରେ ଆଗୁଆ ରହିଛନ୍ତି ।

୫ମ ରାଉଣ୍ଡ :

ବିଜେଡି- ୪୩୬୧

କଂଗ୍ରେସ-୨୨୯

ବିଜେପି-୪୧୫୭

ପଞ୍ଚମ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ବର୍ଷା ସିଂହ ବରିହା ୮୩୮୨ ଖଣ୍ଡ ଭୋଟରେ ଆଗୁଆ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ବିଜେଡି ପ୍ରାର୍ଥୀ ବର୍ଷାରାଣୀ ସିଂ ବରିହା , ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ, କଂଗ୍ରେସ ପ୍ରାର୍ଥୀ ସତ୍ୟଭୂଷଣ ସାହୁଙ୍କ ସମେତ ୧୦ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ । ମୋଟ ୧୪ଟି ଟେବୁଲ୍‌ରେ ୨୩ ରାଉଣ୍ଡ ଗଣନା ପରେ ଫଳାଫଳ ଘୋଷଣା କରାଯିବ ।

   Related Posts