oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫାଷ୍ଟଫୁଡ୍ ଦୋକାନରୁ ମାଲିକଙ୍କ ମୃତଦେହ ଉଦ୍ଧାର, ତଦନ୍ତ ଆରମ୍ଭ କଲା ପୋଲିସ୍‌
  • ||
  • ରାୟଗଡ଼ା : ଗୁମ୍ମା ଘାଟିରେ ଦୁର୍ଘଟଣା : ସ୍ୱାମୀ ମୃତ, ସ୍ତ୍ରୀ ଏବଂ ପୁଅ ଗୁରୁତର
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୯ କୋଭିଡ୍ ପଜିଟିଭ୍
  • ||
  • ମେକ୍ସିକୋ ଧୁଆଁଧାର ଫାୟାରିଂ: ୭ ପୋଲିସ କର୍ମଚାରୀ, ମେୟରଙ୍କ ସମେତ ୧୮ ଜଣଙ୍କ ମୃତ୍ୟୁ
  • ||
  • ଜଲପାଇଗୁଡ଼ିରେ ଦୁର୍ଗା ଭସାଣି ବେଳେ ଫ୍ଲାସ ଫ୍ଲଡ୍, ବନ୍ୟାରେ ଭାସି ୭ ମୃତ
  • ||

ହକି ଇଣ୍ଡିଆର ସଭାପତି ହେଲେ ପଦ୍ମଶ୍ରୀ ଦିଲୀପ ତିର୍କୀ

23/09/2022 at 4:07 PM

ଭୁବନେଶ୍ୱର, ୨୩/୦୯: ହକି ଇଣ୍ଡିଆର ସଭାପତି ହେଲେ ପଦ୍ମଶ୍ରୀ ଦିଲୀପ ତିର୍କୀ । ନିର୍ଦ୍ୱନ୍ଦ୍ୱରେ ଦିଲୀପ ତିର୍କୀ ଏହି ପଦ ପାଇଁ ନିର୍ବାଚିତ ହୋଇଛନ୍ତି । ଶୁକ୍ରବାର ନାମାଙ୍କନ ପ୍ରତ୍ୟାହାରର ଶେଷ ଦିନ ଥିବା ବେଳେ ଅନ୍ୟ କେହି ଏହି ପଦ ପାଇଁ ଆବେଦନ କରି ନଥିଲେ । ଫଳରେ ବିନା କୌଣସି ପ୍ରତିଦ୍ୱନ୍ଦ୍ୱିତାରେ ସଭାପତି ନିର୍ବାଚିତ ହୋଇଛନ୍ତି।  

ଏହା ପୂର୍ବରୁ ଭାରତର ପୂର୍ବତନ ହକି ଅଧିନାୟକ ଦିଲୀପ ତିର୍କୀ ରବିବାର ହକି ଇଣ୍ଡିଆର ସଭାପତି ପଦ ପାଇଁ ତାଙ୍କ ନାମାଙ୍କନପତ୍ର ଦାଖଲ କରିଥିଲେ । ଦିଲୀପ ତିର୍କୀ ଟ୍ୱିଟରରେ ଏକ ଫଟୋ ସେୟାର କରି ସୂଚନା ଦେଇଥିଲେ। 

ଭାରତୀୟ ହକିର ମହାନ ଖେଳାଳିଙ୍କ ମଧ୍ୟରୁ ଦିଲୀପ ତିର୍କୀ ଅନ୍ୟତମ । ସେ ଦୀର୍ଘ ୧୫ ବର୍ଷର ଆନ୍ତର୍ଜାତୀୟ କ୍ୟାରିୟରରେ ୪୧୨ଟି ମ୍ୟାଚ ଖେଲିଛନ୍ତି । ଚଳିତ ବର୍ଷ ଅଗଷ୍ଟରେ ହକି ଇଣ୍ଡିଆ ନିର୍ବାଚନ ପରିଚାଳନା ପାଇଁ ଅଜୟ ନାୟକଙ୍କୁ ରିଟର୍ଣ୍ଣିଂ ଅଫିସର ଭାବରେ ନିଯୁକ୍ତ କରାଯାଇଥିଲା । ବିହାର ସରକାରଙ୍କ ପୂର୍ବତନ ମୁଖ୍ୟ ନିର୍ବାଚନ ଅଧିକାରୀ ହେଉଛନ୍ତି ଅଜୟ ନାୟକ ।

   Related Posts