ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଠମଲ୍ଲିକ: ଦନ୍ତା ହାତୀର ମୃତଦେହ ଠାବ, ଶରୀରରେ ରହିଛି ଅନେକ କ୍ଷତଚିହ୍ନ
  • ||
  • ସମ୍ୱଲପୁର: ଜଳିଗଲା ଘରୋଇ ବସ୍ ନାଗରାଜ୍, ଅଳ୍ପକେ ବର୍ତ୍ତିଗଲେ କଣ୍ଡକ୍ଟର
  • ||
  • ବୌଦ୍ଧ: ନାଳରୁ ବ୍ୟାଙ୍କ୍ କର୍ମଚାରୀଙ୍କ ମୃତଦେହ ଉଦ୍ଧାର, ପାଖରେ ପଡିଛି ବାଇକ ଓ ମଦବୋତଲ
  • ||
  • ଭୁବନେଶ୍ୱର: ବରିଷ୍ଠ ଅଭିନେତ୍ରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
  • ||
  • ଭଦ୍ରକ: ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ୧୫ ବଖରା, ୨ ଗୋ-ମାତା ଜୀବନ୍ତ ଦଗ୍ଧ
  • ||
  • କଟକ: ବରିଷ୍ଠ ଅଭିନେତ୍ରୀ ଝରଣା ଦାସଙ୍କ ପରଲୋକ, ୮୨ ବର୍ଷ ବୟସରେ ଦେହାନ୍ତ
  • ||

ସରିଲା ଅଙ୍କକଷା, ପଦ୍ମପୁର ଉପନିର୍ବାଚନ ପାଇଁ ବିଜେଡିର ପ୍ରାର୍ଥୀ ଘୋଷଣା

14/11/2022 at 2:31 PM

ଭୁବନେଶ୍ୱର ୧୪।୧୧ : ସରିଲା ଅଙ୍କକଷା । ପଦ୍ମପୁର ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି । ସ୍ୱର୍ଗତ ବରିହାଙ୍କ ବଡ଼ ଝିଅ ବର୍ଷା ସିଂହ ବରିହାଙ୍କୁ ପ୍ରାର୍ଥୀ କରିଛି ବିଜେଡ଼ି । ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ଏନେଇ ଘୋଷଣା କରିଛନ୍ତି ।

ଖବର ଅନୁଯାୟୀ, ବିଜୟ ସିଂହ ବରିହାଙ୍କ ପରଲୋକ ପରେ ଉପନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଛି । ଡିସେମ୍ବର ୫ରେ ନିର୍ବାଚନ ହେବାକୁ ଥିବା ବେଳେ ସବୁ ଦଳ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ପ୍ରଥମ ଦଳ ଭାବେ ବିଜେପି ପ୍ରଦୀପ ପୁରୋହିତଙ୍କୁ ଉପନିର୍ବାଚନ ପାଇଁ ଦଳୀୟ ପ୍ରାର୍ଥୀ ଘୋଷଣା କରିଥିଲା । ଏହାପରେ କଂଗ୍ରେସ ମଧ୍ୟ ପ୍ରାର୍ଥୀଙ୍କ ନାମ ଘୋଷଣା କରିଥିଲା । କିନ୍ତୁ ବିଜେଡି ପକ୍ଷରୁ କୌଣସି ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇନଥିଲା । ଏହିକ୍ରମରେ ସୋମବାର ଦିନ ବିଜେଡି ପକ୍ଷରୁ ଉପନିର୍ବାଚନ ପାଇଁ ସ୍ୱର୍ଗତ ବିଜୟ ସିଂହ ବରିହାଙ୍କ ବଡ଼ ଝିଅ ବର୍ଷା ବରିହାଙ୍କ ନାମ ଘୋଷଣା କରାଯାଇଛି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏନେଇ ଘୋଷଣା କରିଛନ୍ତି ।

   Related Posts