ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର: କୋର୍ଟରେ ଜଜ୍‌ଙ୍କୁ ଛୁରାମାଡ ଉଦ୍ୟମ, କାବୁ କଲା ପୋଲିସ
  • ||
  • ଭୁବନେଶ୍ୱର: ICMRର ପରାମର୍ଶ, ସାମାନ୍ୟ ଜ୍ୱର ହେଲେ ଖାଅନି ଆଣ୍ଟିବାୟୋଟିକ୍
  • ||
  • ଶିକ୍ଷକ ନିଯୁକ୍ତି ପ୍ରସଙ୍ଗରେ ଗୃହରେ ହଙ୍ଗାମା, ଗୃହ ମୁଲତବୀ କଲେ ବାଚସ୍ପତି
  • ||
  • ପଦ୍ମପୁରରେ କେନ୍ଦ୍ରୀୟ ଟିମ୍‌ର ରେଡ୍, ୩ ବ୍ୟବସାୟୀଙ୍କ ଘରେ ଚଢାଉ
  • ||

Asia Cup: ଭୁବନେଶ୍ଵର ଏବଂ ପାଣ୍ଡ୍ୟାଙ୍କ ଶାଣିତ ବୋଲିଂ, ୧୪୭ ରନରେ ଅଟକିଲା ପାକିସ୍ତାନ

28/08/2022 at 9:32 PM

ଦୁବାଇ: ଏସିଆ କପ୍‌ର ଦ୍ଵିତୀୟ ମୁକାବିଲାରେ ଭୁବନେଶ୍ଵର କୁମାର ଏବଂ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଘାତକ  ବୋଲିଂ ବଳରେ ଭାରତ ପାକିସ୍ତାନକୁ ବଡ ସ୍କୋର କରିବାକୁ ଦେଇ ନାହିଁ। ପାକିସ୍ତାନ ୧୯.୫ ଓଭରରେ ୧୪୭ ରନରେ ଅଲଆଉଟ୍ ହୋଇଛି। ଟି-୨୦ ବିଶ୍ଵ କପ୍‌ ପରାଜୟର ପ୍ରତିଶୋଧ ନେବା ପାଇଁ ଭାରତ ସମ୍ମୁଖରେ ୧୪୮ ରନର ବିଜୟ ଲକ୍ଷ୍ୟ ରହିଛି। ପାକିସ୍ତାନ ପକ୍ଷରୁ ମହମ୍ମଦ ରିଜଓ୍ଵାନ ୪୩ ରନ ଏବଂ ଇଫତିକାର ଅହମ୍ମଦ ୨୮ ରନ କରିଛନ୍ତି। ଭୁବନେଶ୍ଵର କୁମାର ୨୬ ରନ ଦେଇ ୪ ଓ୍ଵିକେଟ୍ ଏବଂ ହାର୍ଦ୍ଦିକ ପାଣ୍ଡ୍ୟା ୨୫ ରନ ଦେଇ ୩ଟି ଓ୍ଵିକେଟ୍ ନେଇଛନ୍ତି। ସବୁଠୁ ବଡ କଥା ସମସ୍ତ ଓ୍ଵିକେଟ୍ ଦ୍ରୁତ ବୋଲର ହିଁ ନେଇଛନ୍ତି।

ଟସ୍ ହାରି ପ୍ରଥମେ ବ୍ୟାଟିଂ କରିଥିବା ପାକିସ୍ତାନର ଆରମ୍ଭ ନିରାଶଜନକ ଥିଲା। ଅଧିନାୟକ ବାବର ଆଜମ(୧୦)ଙ୍କୁ ଆଉଟ୍ କରି ଭୁବନେଶ୍ଵର କୁମାର ଭାରତକୁ ବଡ ସଫଳତା ଦେଇଥିଲେ। ଏହା ପରେ ମହମ୍ମଦ ରିଜଓ୍ଵାନ ଏବଂ ଫକର ଜମାନ ଦ୍ଵିତୀୟ ଓ୍ଵିକେଟ୍‌ରେ ୨୭ ରନ ଯୋଡିଥିଲେ। ଦଳୀୟ ସ୍କୋର ୪୨ ରନରେ ଫକର ଜମାନ(୧୦)ଙ୍କୁ ଅଭେଶ ଖାନ ଆଉଟ୍ କରିଥିଲେ। ରିଜଓ୍ଵାନ ଏବଂ ଇଫତିକାର ଅହମ୍ମଦ ଭଲ ବ୍ୟାଟିଂ କରିଥିଲେ। ଦୁଇ ବ୍ୟାଟସମ୍ୟାନ ତୃତୀୟ ଓ୍ଵିକେଟ୍‌ରେ ୪୫ ରନ ଯୋଡିଥିଲେ। ଇଫତିକାରଙ୍କୁ ଆଉଟ୍ କରି ଏହି ଯୋଡି ଭାଙ୍ଗି ଭାରତକୁ ତୃତୀୟ ସଫଳତା ଦେଇଥିଲେ ହାର୍ଦ୍ଦିକ ପାଣ୍ଡ୍ୟା। ଇଫତିକାର ୨୨ ବଲରୁ ୨୮ ରନ କରି ପାଭିଲିୟନ ଫେରିଥିଲେ।

ତେବେ ୧୫ତମ ଓଭରରେ ପାକିସ୍ତାନକୁ ଲାଗ ଲାଗ ଦୁଇଟି ଝଟକା ଲାଗିଥିଲା।  କ୍ରିଜରେ ଜମି ରହି ଇନିଂସ ସମ୍ଭାଳିଥିବା ମହମ୍ମଦ ରିଜଓ୍ଵାନଙ୍କୁ ଆଉଟ୍ କରି ପାକିସ୍ତାନକୁ ବଡ ଝଟକା ଦେଇଛନ୍ତି ପାଣ୍ଡ୍ୟା। ରିଜଓ୍ଵାନ ୪୨ ବଲ୍‌ରୁ ୪ ଚୌକା ଏବଂ ୧ ଛକା ସହ ୪୩ ରନ କରିଥିଲେ। ରିଜଓ୍ଵାନଙ୍କ ଆଉଟ୍ ପରେ ନିମ୍ନ କ୍ରମରେ ପାକିସ୍ତାନ ନିୟମିତ ବ୍ୟବଧାନରେ ଓ୍ଵିକେଟ୍ ହରାଇଥିଲା। ପୁଣି ଉକ୍ତ ଓଭରରେ ଖୁସଦିଲ ଶାହ(୨) ପାଣ୍ଡ୍ୟାଙ୍କ ତୃତୀୟ ଶିକାର ହୋଇଥିଲେ। ଆସିଫ ଅଲ୍ଲୀ(୯) ଭୁବନେଶ୍ଵରଙ୍କ ଶିକାର ହୋଇଥିଲେ। ମହମ୍ମଦ ନଓ୍ଵାଜ(୧)ଙ୍କୁ ଅର୍ଶଦୀପ ପାଭିଲିୟନ ପଠାଇଥିଲେ। ୧୯ ତମ ଓଭରରେ ଭୁବନେଶ୍ଵର କୁମାର ଲଗାତାର ଦୁଇଟି ବଲ୍‌ରେ  ଶାଦବ ଖାନ(୧୦) ଏବଂ ନସୀମ ଶାହ(୦)ଙ୍କୁ ଆଉଟ୍ କରି ହ୍ୟାଟ୍ରିକ ସୃଷ୍ଟି କରିଥିଲେ। ଶେଷରେ ପାକିସ୍ତାନ ନିର୍ଦ୍ଧାରିତ ଓଭରରେ ୧୪୭ ରନରେ ଅଲଆଉଟ୍ ହୋଇଛି। ହାରିସ ରଉଫ ୧୩ ରନ କରି  ଅପରାଜିତ ଥିଲେ। ଶାହାନଓ୍ଵାଜ ଦହାନି ୬ ବଲରୁ ୧୬ ରନ କରି ଅର୍ଶଦୀପ ସିଂହଙ୍କ ବଲରେ ଆଉଟ୍ ହୋଇଥିଲେ।

ଭାରତ ପକ୍ଷରୁ ଭୁବନେଶ୍ଵର କୁମାର ୨୬ ରନ ଦେଇ ୪ଟି ସଫଳତା ପାଇଛନ୍ତି। ହାର୍ଦ୍ଦିକ ପାଣ୍ଡ୍ୟା ୨୫ ରନ ଦେଇ ୩, ଅର୍ଶଦୀପ ସିଂହ ୩୩ ରନରେ ୨ଟି ଏବଂ ୧୯ ରନ ଦେଇ ୧ଟି ଓ୍ଵିକେଟ୍ ନେଇଛନ୍ତି।

   Related Posts