ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଠମଲ୍ଲିକ: ଦନ୍ତା ହାତୀର ମୃତଦେହ ଠାବ, ଶରୀରରେ ରହିଛି ଅନେକ କ୍ଷତଚିହ୍ନ
  • ||
  • ସମ୍ୱଲପୁର: ଜଳିଗଲା ଘରୋଇ ବସ୍ ନାଗରାଜ୍, ଅଳ୍ପକେ ବର୍ତ୍ତିଗଲେ କଣ୍ଡକ୍ଟର
  • ||
  • ବୌଦ୍ଧ: ନାଳରୁ ବ୍ୟାଙ୍କ୍ କର୍ମଚାରୀଙ୍କ ମୃତଦେହ ଉଦ୍ଧାର, ପାଖରେ ପଡିଛି ବାଇକ ଓ ମଦବୋତଲ
  • ||
  • ଭୁବନେଶ୍ୱର: ବରିଷ୍ଠ ଅଭିନେତ୍ରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
  • ||
  • ଭଦ୍ରକ: ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ୧୫ ବଖରା, ୨ ଗୋ-ମାତା ଜୀବନ୍ତ ଦଗ୍ଧ
  • ||
  • କଟକ: ବରିଷ୍ଠ ଅଭିନେତ୍ରୀ ଝରଣା ଦାସଙ୍କ ପରଲୋକ, ୮୨ ବର୍ଷ ବୟସରେ ଦେହାନ୍ତ
  • ||

ଫେବୃଆରୀ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ, ୧୭ରେ ପ୍ରକାଶ ପାଇବ ଚୂଡ଼ାନ୍ତ ଭୋଟର ତାଲିକା

13/12/2021 at 12:42 PM

ଭୁବନେଶ୍ୱର ୧୩।୧୨: ଫେବ୍ରୁଆରୀ ପ୍ରଥମ ସପ୍ତାହରେ ହେବ ପଞ୍ଚାୟତ ନିର୍ବାଚନ । ଡିସେମ୍ବର ଶେଷ ସପ୍ତାହରେ ଘୋଷଣା ହେବ ନିର୍ବାଚନ ତାରିଖ । ଆସନ୍ତା ୧୭ରେ ପଞ୍ଚାୟତ ନିର୍ବାଚନ ନେଇ ପ୍ରକାଶ ପାଇବ ଚୂଡ଼ାନ୍ତ ଭୋଟର ତାଲିକା । ଏନେଇ ରାଜ୍ୟ ନିର୍ବାଚନ କମିଶନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି ।

ସୂଚନାଯୋଗ୍ୟ ଯେ, କିଛି ଦିନ ତଳେ ପଞ୍ଚାୟତ ନିର୍ବାଚନ ନେଇ ନିର୍ବାଚନ କମିଶନର ଗାଇଡ଼ଲାଇନ୍‌ ଜାରି କରିଥିଲେ । ଏଥିରେ ଜଣେ ଜିଲ୍ଲା ପରିଷଦ ସଭ୍ୟ ପ୍ରାର୍ଥୀ ଅତି ବେଶୀରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ କରିପାରିବେ । ସେହିଭଳି ଜଣେ ସରପଞ୍ଚ ପ୍ରାର୍ଥୀ ୨ ଲକ୍ଷ ଏବଂ ଜଣେ ସମିତି ସଭ୍ୟ ପ୍ରାର୍ଥୀ ଅତି ବେଶିରେ ୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ କରିପାରିବେ । ଏହା ସହିତ ନିର୍ବାଚନ ପ୍ରଚାର ପାଇଁ କେଉଁ ପ୍ରାର୍ଥୀ କେତୋଟି ଗାଡି ବ୍ୟବହାର କରିପାରିବେ ସେ ନେଇ ମଧ୍ୟ ନିର୍ଦେଶାବଳୀ ଜାରି କରାଯାଇଛି । ଜିଲ୍ଲା ପରିଷଦ ସଭ୍ୟ ପ୍ରାର୍ଥୀ ଅତି ବେଶିରେ ୫ଟି କାର ଏବଂ ୧୦ଟି ବାଇକ୍‌ ବ୍ୟବହାର କରିପାରିବେ ।

ସେହିଭଳି ସରପଞ୍ଚ ଏବଂ ସମିତି ସଭ୍ୟ ପ୍ରାର୍ଥୀ ୨ଟି ଲେଖାଏଁ କାର ଏବଂ ୫ଟି ଲେଖାଏଁ ବାଇକ୍‌ ନିର୍ବାଚନ ପ୍ରଚାରରେ ବ୍ୟବହାର କରିପାରିବେ । ଭୋଟିଂର ୩୬ ଘଣ୍ଟା ପୂର୍ବରୁ ବାଇକ୍‌ ଏବଂ କାରରେ ପ୍ରଚାର କରିବା ଉପରେ କଟକଣା ଲାଗୁ କରାଯାଇଛି ।

   Related Posts