oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁରୀ ଜେଲରେ ପୁଣି ଜଣେ କଏଦୀର ଆତ୍ମହତ୍ୟା
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୮୦ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ IDCO ସହକାରୀ ନିର୍ଦ୍ଦେଶକ, ଏକାସାଙ୍ଗେ ୭ଟି ସ୍ଥାନରେ ଚାଲିଛି ଚଢାଉ
  • ||
  • ମୁମ୍ବାଇ : ଏକତା କପୁରଙ୍କ ବଢିଲା ଅଡୁଆ, ଗିରଫ ୱାରେଣ୍ଟ ଜାରି କଲେ ବିହାର କୋର୍ଟ
  • ||
  • ଭୁବନେଶ୍ୱର : ଗୁରୁବାରଠୁ ରାଜ୍ୟରେ ବର୍ଷା, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||

ନିର୍ବାଚନକୁ ଓମିକ୍ରନ୍‌ ଭୟ : ବନ୍ଦହେଲା ପଞ୍ଚାୟତ ନିର୍ବାଚନ, ଶିବରାଜ କ୍ୟାବିନେଟ୍‌ର ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି

26/12/2021 at 3:35 PM

ପାଳ ୨୬/୧୨ : ଦେଶରେ ଓମିକ୍ରନ୍‌ ସଂକ୍ରମିତଙ୍କ ସଂଖ୍ୟା ଲାଗାତାର ଭାବେ ବୃଦ୍ଧିପାଇବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାରଙ୍କ ପକ୍ଷରୁ ସତର୍କତା ଅବଲମ୍ବନ କରିବା ପାଇଁ ଅପିଲ କରାଯାଉଛି । ତେବେ ବଡ କଥା ହେଉଛି ଆଗକୁ କିଛି ରାଜ୍ୟରେ ବିଧାନସଭା ଏବଂ ଆଉ କିଛି ରାଜ୍ୟରେ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି । ଏହାରି ମଧ୍ୟ ବଡ ଘୋଷଣା କରିଛନ୍ତି ମଧ୍ୟ ପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ । ମଧ୍ୟ ପ୍ରଦେଶରେ ପଞ୍ଚାୟତ ନିର୍ବାଚନକୁ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ । ଏ ନେଇ କ୍ୟାବିନେଟ୍‌ ବୈଠକରେ ପୂର୍ବରୁ ପାରିତ ହୋଇଥିବା ଅଧ୍ୟଦେଶକୁ ପ୍ରତ୍ୟାହାର କରିନେଇଛନ୍ତି । ଏହା ସହିତ ନିର୍ବାଚନ ବନ୍ଦ ରଖିବା ଅଧ୍ୟାଦେଶକୁ ଅନୁମୋଦନ ପାଇଁ ରାଜ୍ୟପାଳଙ୍‌କୁ ପଠାଯାଇଛି ।

ରାଜ୍ୟପାଳ, ପଞ୍ଚାୟତ ନିର୍ବାଚନକୁ ବନ୍ଦ କରିବା ନେଇ ଅଧ୍ୟାଦେଶ ଗ୍ରହଣ କରିବାପରେ ଏହାକୁ ରାଜ୍ୟ ମୁଖ୍ୟ ନିର୍ବାଚନ ଆୟୋଗଙ୍କ ନିକଟକୁ ପଠାଯିବ । ଏହାପରେ ଯାଇ ମଧ୍ୟ ପ୍ରଦେଶରେ ପଞ୍ଚାୟତ ନିର୍ବାଚନ ବନ୍ଦ କରାଯାଇପାରିବ । ମଧ୍ୟପ୍ରଦେଶରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ଲଗାତାର ଭାବେ ବୃଦ୍ଧିପାଉଥିବାରୁ ଏଭଳି କଠୋର ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ । ଇନ୍ଦୋରରେ ୮ଟି ଓମିକ୍ରନ୍‌ ମାମଲା ସାମ୍ନାକୁ ଆସିଛି । ଯାହାକୁ ନେଇ ସରକାର ତତ୍ପରତା ପ୍ରକାଶ କରିଛନ୍ତି ।

ମଧ୍ୟ ପ୍ରଦେଶରେ ପଞ୍ଚାୟତ ନିର୍ବାଚନ କରାଇବାକୁ ଗତ ମାସରେ ଅଧ୍ୟାଦେଶ ଆଣି ପ୍ରକ୍ରିୟା ଆରମ୍ଭ କରିଥିଲେ ରାଜ୍ୟ ସରକାର । ଗତ ଡିସେମ୍ବର ୪ ତାରିଖରେ ରାଜ୍ୟ ମୁଖ୍ୟ ନିର୍ବାଚନ ଆୟୋଗ ପଞ୍ଚାୟତ ନିର୍ବାଚନ ପାଇଁ ବିଗୁଲ ବଜାଇଥିଲେ । ଯେଉଁଥିରେ ୩ଟି ପର୍ଯ୍ୟାୟରେ ନିର୍ବାଚନ ହେବାକୁ ନେଢଇ ଘୋଷଣା କରାଯାଇଥିଲା । କିନ୍ତୁ ରବିବାର ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ବପୂର୍ଣ୍ଣ ବୈଠକରେ ନିର୍ବାଚନୀ ଅଧ୍ୟାଦେଶ ବିଧାନସଭାରେ ପାରିତ ହୋଇପାରିନଥିବାରୁ ଏହାକୁ ପ୍ରତ୍ୟାହାର କରିବାକୁ ପ୍ରସ୍ତାବ ରଖାଯାଇଥିଲା । ରାଜ୍ୟ କ୍ୟାବିନେଟ୍‌ରେ ନିର୍ବାଚନ ବାତିଲ ହେବାନେଇ ଅଧ୍ୟାଦେଶ ପାରିତ ହୋଇସାରିଥିବା ବେଳେ ଏବେ ଏହାକୁ ଅନୁମୋଦନ ପାଇଁ ରାଜ୍ୟପାଳଙ୍କ ନିକଟକୁ ପଠାଯାଇଛି । ରାଜ୍ୟପାଳ ଅନୁମୋଦନ ଦେବା ପରେ ମଧ୍ୟ ପ୍ରଦେଶ ମୁଖ୍ୟ ନିର୍ବାଚନ ଆୟୋଗ ପଞ୍ଚାୟତ ନିର୍ବାଚନକୁ ବନ୍ଦ କରିବେ ।  

   Related Posts