ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଘୋଷଣା କରିବେ ମେନିଫେଷ୍ଟୋ : ପାଣ୍ଡିଆନ୍

Published By : Prameya-News7 Bureau | May 09, 2024 IST

ଭୁବନେଶ୍ବର ୯।୫: ଗଞ୍ଜାମ ଜିଲ୍ଲାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରଚାର । କନିଷି ଠାରେ ଆୟୋଜିତ ସାଧାରଣ ସଭାରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ । କନିଷି ସଭାରେ ହଜାର ହଜାର ଲୋକଙ୍କ ଜନସମାଗମ । ମୁଖ୍ୟମନ୍ତ୍ରୀଙ୍କ ସହ 5T ଅଧ୍ୟକ୍ଷ ତଥା ବରିଷ୍ଠ ବିଜେଡି ନେତା ଭି.କେ. ପାଣ୍ଡିଆନ୍ ଉପସ୍ଥିତ ଅଛନ୍ତି । ସାଧାରଣ ସଭାକୁ ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜ ସ୍ବାଗତ ଜଣାଇଛନ୍ତି ।

ଗଞ୍ଜାମ ଜିଲ୍ଲା କନିଷି ସାଧାରଣ ସଭାରେ ବିରୋଧୀଙ୍କୁ ଟାର୍ଗେଟ୍ କଲେ ବରିଷ୍ଠ ବିଜେଡି ନେତା ଭି.କେ. ପାଣ୍ଡିଆନ୍ । ଏଥର ମଧ୍ୟ ବିଜେପି ମେନିଫେଷ୍ଟୋ ଆଣିଛନ୍ତି । ସେଥିରେ କିଛି ହେବାର ନାହିଁ । ବିଜେପି ଜାଣିଶୁଣି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରୁନାହିଁ । ମୁଖ୍ୟମନ୍ତ୍ରୀଙ୍କ ବିକାଶ ବାର୍ତ୍ତାକୁ ଘରେ ଘରେ ପହଞ୍ଚାନ୍ତୁ । ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଘୋଷଣା କରିବେ ମେନିଫେଷ୍ଟୋ । ଇସ୍ତାହାର ଘରେ ଘରେ ପହଞ୍ଚାଇବାକୁ ଅପିଲ କଲେ ପାଣ୍ଡିଆନ୍ ।

ସାଧାରଣ ସଭାରେ ଉଦବୋଧନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଆପଣମାନେ ଏତେ ଖରାରେ ଆସିଛନ୍ତି, ବହୁତ ବହୁତ ଧନ୍ୟବାଦ ବୋଲି ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ କହିଛନ୍ତି । ଆପଣମାନେ ମୋତେ ଆଶୀର୍ବାଦ କରନ୍ତୁ । ଶଙ୍ଖ ଚିହ୍ନକୁ ଆଶୀର୍ବାବ କରନ୍ତୁ । ଆପଣ ଯୋଡିଶଙ୍ଖରେ ଭୋଟ୍ ଦେଇ ବିଧାୟକ ଏବଂ ସାଂସଦ ପ୍ରାର୍ଥୀଙ୍କୁ ଜିତାନ୍ତୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଚୋର ପ୍ରାର୍ଥୀଙ୍କୁ ଆଶୀର୍ବାଦ କରନ୍ତୁ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

You Can Read :

କନିଷି ସଭାରେ ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର, 'ଭଲ ପ୍ରାର୍ଥୀଙ୍କୁ ଆଶୀର୍ବାଦ କରନ୍ତୁ, ଚୋର ପ୍ରାର୍ଥୀଙ୍କୁ ଆଶୀର୍ବାଦ କରନ୍ତୁ ନାହିଁ'

 

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.