ଆନ୍ଦୋଳନକୁ ଓହ୍ଲାଇଲା ଓଡ଼ିଶା କନିଷ୍ଠ ଶିକ୍ଷକ ସଂଘ, ଲୋୟର ପିଏମ୍‌ଜିରେ ଅନିର୍ଦ୍ଧିଷ୍ଟ କାଳ ପାଇଁ ଧାରଣା

NEWS7
parents-complained-murder-daughter-dead-case-in-athgarh

ଭୁବନେଶ୍ବର ୧୦।୧୨: ଆନ୍ଦୋଳନକୁ ଓହ୍ଲାଇଲା ଓଡ଼ିଶା କନିଷ୍ଠ ଶିକ୍ଷକ ସଂଘ I ଭୁବନେଶ୍ବର ଲୋୟର୍ ପିଏମ୍ଜିରେ ଅନିର୍ଦ୍ଧିଷ୍ଟ କାଳ ପାଇଁ ଧାରଣାରେ ବସିଲା ସଂଘ I ସାରା ରାଜ୍ୟରେ ଥିବା ପ୍ରାଥମିକ ଶିକ୍ଷା ବ୍ୟବସ୍ଥାରେ ଶିଶୁ ବାଟିକାରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ମାନଙ୍କୁ ସମସ୍ତ ବିଷୟ ପଢ଼ାଉଥିବା ବେଳେ, ଠିକା କର୍ମଚାରୀ ଭାବେ ସାରା ରାଜ୍ୟରେ ୧୩ ହାଜରରୁ ଉର୍ଦ୍ଧ୍ବ କାର୍ଯ୍ୟରତ I ତଥାପି ସରକାରଙ୍କର କୃପା ଦୃଷ୍ଟି ପଡିଲା ନାହିଁ I

ଅଗଷ୍ଟ ୨୨ ତାରିଖରେ ରାଜ୍ୟ ସରକାର ଘୋଷଣା କରିଥିଲେ ରାଜ୍ୟରେ କନିଷ୍ଠ ଶିକ୍ଷକ ମାନଙ୍କୁ ନିୟମିତ କରିବା ପାଇଁ । ହେଲେ ୪ ମାସ ବିତିଯାଇଥିଲେ ବି ସୁଦ୍ଧା କନିଷ୍ଠ ଶିକ୍ଷକ ମାନଙ୍କୁ ନିୟମିତ କରିବା ପାଇଁ ବାହାରୁନାହିଁ ସରକାରୀ ନିର୍ଦ୍ଦେଶନାମା I ଯାହାକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଛି ସଂଘ I ସେଥିପାଇଁ ଆଜି ପରଠାରୁ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଲୋୟର ପିଏମ୍‌ଜିରେ ଧାରଣାରେ ବସିଲା ସଂଘ I