ନୟାଗଡ଼ ୨୮।୦୪ : ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍ । ଏହି ଭୟଙ୍କର ଦୁର୍ଘଟଣାରେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ନୟାଗଡ଼ ଖଣ୍ଡପଡ଼ା ରାସ୍ତାର ଖେଡପଡ଼ା ନିକଟରେ ଘଟିଛି ଏହି ଭୟଙ୍କର ଦୁର୍ଘଟଣା ।

୫୦ରୁ ଅଧିକ ଯାତ୍ରୀଙ୍କୁ ନେଇ ବେବୀ ନାମକ ଏକ ଘରୋଇ ବସ୍ ରାକମାରୁ ନୟାଗଡ଼ ଆସୁଥିଲା । ବସ୍ଟି ଠିକ୍ ଠାକ୍ ଯାତ୍ରା କରୁଥିଲା । ହେଲେ ନୟାଗଡ଼ ଖଣ୍ଡପଡ଼ା ରାସ୍ତାରେ ଖେଡ଼ପଡ଼ା ନିକଟରେ ଯାତ୍ରୀବାହୀ ବସଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା । ଯାହାଫଳରେ ଗାଡ଼ିରେ ଥିବା ଯାତ୍ରୀଙ୍କ ମଧ୍ୟରେ କିଛି ଆହତ ହୋଇଥିଲା । ପାଖାପାଖି ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଥିଲେ ।

Also Read:-Indonesia Train Accident: ଇଣ୍ଡୋନେସିଆରେ ଦୁଇଟି ଟ୍ରେନ୍ ଧକ୍କା : ୭ଜଣଙ୍କର ମୃତ୍ୟୁ, ୮୦ରୁ ଅଧିକ ଆହତ

ସେପଟେ ଦୁର୍ଘଟଣା ସଂପର୍କରେ ଖବର ପାଇ ସ୍ଥାନୀୟ ପୋଲିସ ଏବଂ ଲୋକ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରିଥିଲେ । ଏହାପରେ ସେମାନଙ୍କୁ ନିକଟସ୍ଥ ମେଡିକାଲରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରିଛନ୍ତି । ଆହତଙ୍କ ମଧ୍ୟରୁ କିଛି ଯାତ୍ରୀଙ୍କୁ ପ୍ରାଥମିକ ଚିକିତ୍ସା ପରେ ଘରକୁ ଛାଡ଼ି ଦେଇଥିବା ସୂଚନା ମିଳିଛି । ବାକି କିଛି ଯାତ୍ରୀଙ୍କର ମେଡିକାଲରେ ଚାଲିଛି ଚିକିତ୍ସା