previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶୁକ୍ରବାର ବଜାର ମାନ୍ଦା, ଲାଲ୍ ରଙ୍ଗରେ ଖୋଲିଲା ନିଫ୍ଟି ଓ ସେନସେକ୍ସ
  • ||
  • ଦେଶରେ ବଢୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୧୬୫୬୧ କରୋନା ପଜିଟିଭ୍
  • ||
  • ଆଜି ମୟୂରଭଞ୍ଜ ଯିବେ ମୁଖ୍ୟମନ୍ତ୍ରୀ, ବୃହତ ଜଳସେଚନ ପ୍ରକଳ୍ପର କରିବେ ଲୋକାର୍ପଣ
  • ||
  • ବିପୁଳ ପରିମାଣର କାଠ ଜବତ, ବିଳମ୍ବିତ ରାତିରେ ହେଉଥିଲା ଚାଲାଣ
  • ||
  • କାଶ୍ମୀର ଘାଟି ଅଶାନ୍ତ, ପୁଣି ପ୍ରବାସୀ ଶ୍ରମିକଙ୍କୁ ଗୁଳି କରି ହତ୍ୟା କଲେ ଆତତାୟୀ
  • ||
  • ଆଣବିକ ଦସ୍ତାବିଜ ପାଇଁ ଟ୍ରମ୍ପଙ୍କ ଘରେ ହୋଇଥିଲା ଚଢଉ : ସାମ୍ନାକୁ ଆସିଲା ବଡ ତଥ୍ୟ
  • ||
  • ଭାରତ ବିପକ୍ଷ ସିରିଜ୍ ପୂର୍ବରୁ ଦମ୍ ଦେଖାଇଲା ଜିମ୍ବାଓ୍ୱେ, ଟିମ୍ ଇଣ୍ଡିଆକୁ କଲା ସତର୍କ
  • ||

ପାଟକୁରା ଭୋଟ୍ ଗଣତି : ଷଷ୍ଠ ରାଉଣ୍ଡ ସୁଦ୍ଧା ବିଜେପି ପ୍ରାର୍ଥୀ ବିଜୟ ମହାପାତ୍ର ପଛୁଆ

24/07/2019 at 10:04 AM

କେନ୍ଦ୍ରାପଡା ୨୪|୭: ଆଜି ଆସିବ ପାଟକୁରା ନିର୍ବାଚନ ଫଳାଫଳ । କେନ୍ଦ୍ରାପଡା କଲେଜର କାଉଣ୍ଟିଂ ସେଣ୍ଟର ଚାଲିଛି ଗଣତି । ଷଷ୍ଠ ରାଉଣ୍ଡ ଗଣତି ସୁଦ୍ଧା ବିଜେଡି ଆଗୁଆ ରହିଛି ।

ପ୍ରଥମ ରାଉଣ୍ଡରେ ବିଜେଡିକୁ ୬,୭୩୫ ଖଣ୍ଡ ଭୋଟ୍ ମିଳିଥିବା ବେଳେ ବିଜେପିକୁ ୩,୮୦୮ ଖଣ୍ଡ ଭୋଟ୍ ମିଳିଥିଲା । ସେହିପରି ଦ୍ବିତୀୟ ରାଉଣ୍ଡରେ ୫,୭୩୯ ଖଣ୍ଡ ଭୋଟ୍ ମିଳିଥିବା ବେଳେ ବିଜେପିକୁ ୫୨୪୦ ଖଣ୍ଡ ଭୋଟ୍ ମିଳିଥିଲା । ତୃତୀୟ ରାଉଣ୍ଡରେ ବିଜେଡିକୁ ୬୪୨୫ ଖଣ୍ଡ ଭୋଟ୍ ମିଳିଥିବାବେଳେ ବିଜେପିକୁ ମିଳିଥିଲା ୪୨୬୭ ଖଣ୍ଡ ଭୋଟ୍ । ଚତୁର୍ଥ ରାଉଣ୍ଡରେ ବିଜେଡିକୁ ୬୨୫୪ ଖଣ୍ଡ ଭୋଟ୍ ମିଳିଥିବା ବେଳେ ବିଜେପିକୁ ୪୯୮୦ ଖଣ୍ଡ ଭୋଟ୍ ମିଳିଥିଲା ।

ସେହିପରି ପଞ୍ଚମ ରାଉଣ୍ଡରେ ବିଜେଡିକୁ ୫୩୮୬ ଖଣ୍ଡ ଭୋଟ୍ ମିଳିଥିବାବେଳେ ବିଜେପିକୁ ୪୧୪୪ ଖଣ୍ଡ ଭୋଟ୍ ମିଳିଥିଲା । ଷଷ୍ଠ ରାଉଣ୍ଡରେ ବିଜେଡିକୁ ୬,୦୧୨ ଖଣ୍ଡ ଭୋଟ୍ ମିଳିଥିବାବେଳେ ବିଜେପିକୁ ୪,୧୫୩ ଖଣ୍ଡ ଭୋଟ୍ ମିଳିଥିଲା । ଷଷ୍ଠ ରାଉଣ୍ଡ ସୁଦ୍ଧା ବିଜେଡିକୁ ମୋଟ୍ ୩୬,୫୫୧ ଖଣ୍ଡ ଭୋଟ୍ ମିଳିଥିବାବେଳେ ବିଜେପିକୁ ୨୬,୫୯୨ ଖଣ୍ଡ ଭୋଟ୍ ମିଳିଛି । କଂଗ୍ରେସକୁ ୯୮୨ ଖଣ୍ଡ ଭୋଟ୍ ମିଳିଛି ।

ଭୋଟ୍ ଗଣତି ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଗଣତିରେ ୨ ଶହ କର୍ମଚାରୀ ନିଯୁକ୍ତ ହୋଇଥିବାବେଳେ ୧୮ ରାଉଣ୍ଡରେ ଭୋଟ୍ ଗଣତି କରାଯିବ । ଏଥିପାଇଁ ତ୍ରୀସ୍ତରୀୟ ସୁରକ୍ଷା ବ୍ୟବସ୍ଥା ହୋଇଛି। ୨ ଜଣ ଆଡିସନାଲ ଏସପି, ୧୨ ଜଣ ଆଇଆଇସି, ୨୦ ଜଣ ସବଇନିସପେକ୍ଟର, ସହ ୧୨ ପ୍ଲାଟୁନ ଫୋର୍ସ ସୁରକ୍ଷାରେ ନିୟୋଜିତ ହୋଇଛନ୍ତି । ସକାଳ ୮ଟାରୁ ଭୋଟ୍ ଗଣତି ଆରମ୍ଭ ହୋଇଥିବାବେଳେ ଅପରାହ୍ନ ୩ଟା ସୁଦ୍ଧା ଶେଷ କରିବାକୁ ନିର୍ଦ୍ଦେଶ ରହିଛି । ଯେଉଁମାନଙ୍କୁ ଅନୁମତି ମିଳିଛି କେବଳ ସେହିମାନେ ହିଁ ଭୋଟ୍ ଗଣତି କେନ୍ଦ୍ର ଭିତରକୁ ପ୍ରବେଶ କରି ପାରିବେ ।

ପାଟକୁରା ବିଧାନସଭା ଆସନ ପାଇଁ ଗତ ୨୦ ତାରିଖରେ ହୋଇଥିବା ମତଦାନରେ ତିନି ପ୍ରମୁଖ ଦଳର ପ୍ରାର୍ଥୀଙ୍କ ସହିତ ମୋଟ୍ ୧୦ ଜଣ ପ୍ରତିଦ୍ୱନ୍ଦ୍ବିତା କରିଛନ୍ତି।

   Related Posts