ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆସୁଛି ଆଉ ଏକ ଲଘୁଚାପ ! ୮ରୁ ବର୍ଷା ସମ୍ଭାବନା
  • ||
  • ପଦ୍ମପୁର ଉପନିର୍ବାଚନ : ନେତା ବାଛିବେ ଜନତା, ଭୋଟ ଦେବେ ୨ ଲକ୍ଷରୁ ଅଧିକ ଭୋଟର
  • ||

ଜେସିବି ଧକ୍କାରେ ଜଣେ ମୃତ, ୨୦ ଲକ୍ଷ ଟଙ୍କା କ୍ଷତିପୂରଣ ଦାବିରେ ଘଟଣା ସ୍ଥଳରେ ଉତ୍ତେଜନା

10/10/2022 at 8:39 PM

ପାଟଣା, ୧୦/୧୦: କେନ୍ଦୁଝର ଜିଲ୍ଲା ପାଟଣା ଥାନା ପଳସାପଡା ନିକଟରେ ଜେସିବି ଧକ୍କାରେ ଜଣେ ବୟସ୍କ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ ସାନ ବାଲିପଶି ଗ୍ରାମର କାଣ୍ଡେ ମୁଣ୍ଡା। ସୂଚନା ଅନୁସାରେ କାଣ୍ଡୋ ରାସ୍ତାକଡରେ ଛିଡା ହୋଇଥିବା ସମୟରେ ମେଘା ଜଳ ପ୍ରକଳ୍ପରେ ନିୟୋଜିତ ହୋଇଥିବା ଏକ ଜେସିବି ତାଙ୍କୁ ଧକ୍କା ଦେଇଥିଲା । ଫଳରେ ଘଟଣା ସ୍ଥଳରେ କାଣ୍ଡେ ମୁଣ୍ଡାଙ୍କ ମୃତ୍ୟୁ ଘଟିଥିଲା। ଖବର ପାଇ ଘଟଣା ସ୍ଥଳରେ ସାହାରପଡା ଫାଣ୍ଡି ପୋଲିସ ପହଞ୍ଚି ମୃତଦେହକୁ ଜବତ କରିଛି । ଉତ୍ତ୍ୟକ୍ତ ଲୋକେ କ୍ଷତିପୂରଣ ବାବଦକୁ ୨୦ ଲକ୍ଷ ଟଙ୍କା ଦାବି କରି ମୃତଦେହକୁ ନେଉ ନାହାନ୍ତି । ଫଳରେ ଘଟଣା ସ୍ଥଳରେ ଚାପା ଉତ୍ତେଜନା ଦେଖା ଦେଇଛି । ପୋଲିସ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଥିଲେ ମଧ୍ୟ ନିଜ ଜିଦରେ ଅଟଳ ରହିଛନ୍ତି ଗ୍ରାମବାସୀ ।

   Related Posts