ଭୁବନେଶ୍ୱର: ଓଡ଼ିଶାର ପାରା କ୍ରୀଡ଼ାବିତ୍ ପାୟଲ ନାଗଙ୍କୁ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ୧୦ ଲକ୍ଷ ଟଙ୍କା ପୁରସ୍କାର ରାଶି ପ୍ରଦାନ କରାଯାଇଛି । ପଞ୍ଚମ ଏସିଆନ୍ ପାରା ଗେମ୍ସ ୨୦୨୬ରେ ମହିଳା ପାରା କମ୍ପାଉଣ୍ଡ ଡବଲ୍ସ ବର୍ଗରେ ପାରା ତୀରନ୍ଦାଜ ପାୟଲ ନାଗ ରୌପ୍ୟ ପଦକ ହାସଲ କରିଥିଲେ ।

ଏହି ସଫଳତା ପାଇଁ ଆଜି କଳିଙ୍ଗ ଷ୍ଟାଡ଼ିୟମଠାରେ କ୍ରୀଡ଼ା ଓ ଯୁବସେବା ବିଭାଗର କମିଶନର ତଥା ଶାସନ ସଚିବ ଭୂପେନ୍ଦ୍ର ସିଂ ପୁନିଆ ଏବଂ ନିର୍ଦ୍ଦେଶକ ଡ଼ା.ୟେଦୁଲା ବିଜୟ ପାୟଲଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି । ଏହା ସହିତ ୧୦ ଲକ୍ଷ ଟଙ୍କାର ପୁରସ୍କାର ରାଶି ମଧ୍ୟ ପ୍ରଦାନ କରିଛନ୍ତି ।

 

କ୍ରୀଡ଼ା ଓ ଯୁବସେବା ବିଭାଗର କମିଶନର ଭୂପେନ୍ଦ୍ର ସିଂ ପୁନିଆ କହିଛନ୍ତି ଯେ, ୫ମ ଏସିଆନ୍ ପାରା ଗେମ୍ସ ୨୦୨୬ରେ ପାୟଲ ନାଗ ରୌପ୍ୟ ପଦକ ହାସଲ କରି ଓଡ଼ିଶା ପାଇଁ ଗର୍ବ ଓ ଗୌରବ ଅର୍ଜନ କରିଛନ୍ତି । ପାୟଲଙ୍କ ଏହି ସଫଳତା ଓଡ଼ିଶାର ସମସ୍ତ କ୍ରୀଡ଼ାବିତଙ୍କୁ ପ୍ରେରଣା ପ୍ରଦାନ କରିଛି ।