ମହିଳାଙ୍କୁ ଦୁର୍ବ୍ୟବହାର ଅଭିଯୋଗରେ ପିଇଓ ଗିରଫ

Published By : Prameya-News7 Bureau | February 29, 2020 IST

ଭଦ୍ରକ ୨୯।୨: ମହିଳା ସ୍ବାବଲମ୍ବୀ କାରିଗରଙ୍କୁ ଦୁର୍ବ୍ୟବହାର ଅଭିଯୋଗରେ ପଞ୍ଚାୟତ ନିର୍ବାହୀ ଅଧିକାରୀ ଗିରଫ ହୋଇଥିବା ସୂଚନା ମିଳିଛି । ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ବ୍ଲକ୍ ଅନ୍ତର୍ଗତ ନପଙ୍ଗ ପଞ୍ଚାୟତର କାର୍ଯ୍ୟନିର୍ବାହୀ ଅଧିକାରୀ  ପଞ୍ଚାୟତ ଅଫିସରେ ସ୍ବାବଲମ୍ବୀ କାରିଗର ଭବେ କାର୍ଯ୍ୟ କରୁଥିବା ମହିଳାଙ୍କୁ ଦୁର୍ବ୍ୟବହାର  ଅଭିଯୋଗ ହୋଇଥିଲା । ମହିଳା ଜଣଙ୍କ ଭଣ୍ଡାରିପୋଖରୀ ଥାନାରେ ଏତଲା ଦେଇଥିଲେ । ପରେ ଏସପିଙ୍କୁ ମଧ୍ୟ ଭେଟିଥିଲେ । କୌଣସି କାର୍ଯ୍ୟାନୁଷ୍ଠାନ ନହେବାରୁ ମହିଳା ଜଣଙ୍କ ଜିଲ୍ଲାପାଳଙ୍କ ନିକଟରେ ନ୍ୟାୟ ଭିକ୍ଷା କରିଥିଲେ । ଫଳରେ ପଞ୍ଚାୟତ ନିର୍ବାହୀ ଅଧିକାରୀ ଗିରଫ ହୋଇଥିବା ଜଣାପଡିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.