ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚାନ୍ଦବାଲି: କଇଥଖୋଲା ବଜାରରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ଦୋକାନ
  • ||
  • ବ୍ରହ୍ମପୁରରେ ପୁଣି ରାଗିଂ ଅଭିଯୋଗ, ଘରୋଇ ସ୍କୁଲରେ ଜୁନିୟରଙ୍କୁ ପିଟିଲେ ସିନିୟର
  • ||
  • ଭୁବନେଶ୍ୱର: ଗୁମର ଖୋଲିଛି ଶ୍ରଦ୍ଧାଞ୍ଜଳୀ, ଇଡି ହାତରେ ଲାଗିଛି ବିସ୍ଫୋରକ ତଥ୍ୟ
  • ||
  • ଚାନ୍ଦବାଲି: କଇଥଖୋଲା ବଜାରରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ଦୋକାନ
  • ||

ମାଟ୍ରିକ୍ ପାସ୍ କଲେ ଫୁଲବାଣୀ ବିଧାୟକ ଅଙ୍ଗଦ କହଁର, ରଖିଲେ ୭୨% ମାର୍କ

6/07/2022 at 3:35 PM

ଫୁଲବାଣୀ ୬।୭: ଫୁଲବାଣୀ ବିଧାୟକ ଅଙ୍ଗଦ କହଁର ମାଟ୍ରିକ୍ ପାସ୍ କଲେ । ବିଧାୟକ କହଁର ବି-୧ ଗ୍ରେଡ଼ ପ୍ରଥମ ଶ୍ରେଣୀରେ ପାସ୍ କରିଛନ୍ତି । ବିଧାୟକ ଅଙ୍ଗଦ କହଁର ମୋଟ୍ ୫୦୦ ମାର୍କରୁ ୩୬୪ ମାର୍କ ରଖି ସଫଳତା ହାସଲ କରିଛନ୍ତି । ଯାହାକି ମୋଟ ମାର୍କର  ୭୨ ପ୍ରତିଶତ । ସେ ଚଳିତ ୨୦୨୨ ଏସଆଇଓଏସରେ ମାଟ୍ରିକ୍ ପରୀକ୍ଷା ଦେଇଥିଲେ ।

ମାଟ୍ରିକ୍ ପରୀକ୍ଷାରେ ପାସ୍ ହେବା ପରେ ବିଧାୟକ କହଁର ଅତ୍ୟନ୍ତ ଖୁସି ବ୍ୟକ୍ତ କରିବା ସହ ମନ୍ଦିର ଯାଇ ପୂଜାର୍ଚ୍ଚନା କରିଥିଲେ । ଏଥିସହ ସେ ପରୀକ୍ଷା ଦେଇଥିବା ରୁଜାଙ୍ଗୀ ପରୀକ୍ଷା କେନ୍ଦ୍ର ପ୍ରଧାନ ଶିକ୍ଷୟିତ୍ରୀ ଅର୍ଚ୍ଚନା ବାସା ଓ ସହକାରୀ ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଏହାପରେ ସେ ଆଗକୁ ମଧ୍ୟ ପାଠପଢା ଜାରି ରଖିବେ ବୋଲି କହିଛନ୍ତି । ପାସ୍ ହେବା ପରେ ବିଧାୟକ କହଁର ସାଙ୍ଗସାଥି, ଦଳୀୟ କର୍ମୀ, ପରିବାର ଲୋକଙ୍କ ମଧରେ ଖୁସିର ଲହରୀ ଖେଳିଯାଇଛି । ବିଧାୟକ ବି ସମସ୍ତଙ୍କୁ ମିଠା ଖୁଆଇ ଖୁସି ମନାଇଥିଲେ ।

   Related Posts