ଭାରସାମ୍ୟ ହରାଇ ରାସ୍ତା କଡ଼ ଘର କାନ୍ଥରେ ପିଟିହେଲା ବାଇକ, ଚାଲିଗଲା ଜୀବନ

Published By : Prameya-News7 Bureau | January 02, 2023 IST

ପାଟଣା ୦୨/୦୧: କେନ୍ଦୁଝର ଜିଲା ପାଟଣା ଦେଇ ଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥର ଧାନବେଣୀ ନିକଟରେ ବିଳମ୍ବିତ ରାତିରେ ସଡ଼କ ଦୁର୍ଘଟଣା । ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି ।

ମୃତକ ହେଲେ ପାଟଣା ଥାନା ଟଭାସରୁଆ ଗ୍ରାମର ସାୟଦ ମହାକୁଡ଼ । ସେ ବାଇକ୍ ଯୋଗେ ପାଟଣାକୁ ଆସୁଥିବା ସମୟରେ ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ଏକ ଘରର କାନ୍ଥକୁ ଧକା ଦେଇଥିଲା । ଫଳରେ ଘଟଣା ସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା । ଅଗ୍ନିଶମ ବାହିନୀ ପହଞ୍ଚି ତାଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.