ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଡବିଲ: ପୁରୁଣା ବସ୍‌ଷ୍ଟାଣ୍ଡରେ ଯୁବକକୁ ଛୁରାମାଡ଼, ଅତର୍କିତ ଆକ୍ରମଣରେ ଆକବର ଗୁରୁତର
  • ||
  • ଇଡିରେ ହାଜର ହେଲେ ଅର୍ଚ୍ଚନାଙ୍କ ଆରକିଟେକ୍ଟ, ଆର୍ଥିକ କାରବାର ନେଇ ହୋଇପାରେ ଜେରା
  • ||

ବଡଚଣାରେ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ବୃକ୍ଷରୋପଣ, ଯୋଗଦେଲେ ରାଜ୍ୟ ବିଜେଡି ସାଙ୍ଗଠନିକ ସମ୍ପାଦକ ଓ ଧର୍ମଶାଳା ବିଧାୟକ

9/07/2022 at 5:23 PM

ଚଣ୍ଡିଖୋଲ ୯।୭: ପବିତ୍ର ବାହୁଡା ଯାତ୍ରା ଅବସରରେ ବିଜୁ ଜନତା ଦଳର ୨୫ତମ ବର୍ଷ ପୂର୍ତ୍ତି ଉପଲକ୍ଷେ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଯାଜପୁର ଜିଲ୍ଲା ବଡ଼ଚଣା ବିଜୁ ଯୁବ ଛାତ୍ର ଜନତା ଦଳ ଆନୁକୂଲ୍ୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଭୂଷଣ୍ଡପୁର ପଂଚାୟତରେ ଶୁଭାରମ୍ଭ  ହୋଇଛି । ରାଜ୍ୟ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବୃକ୍ଷ ରୋପଣ କରିଥିଲେ । ରାଜ୍ୟ ଯୁବ ଛାତ୍ର ବ୍ୟାପାର ଅଧ୍ୟକ୍ଷ ତଥା ଧର୍ମଶାଳା ବିଧାୟକ ପ୍ରଣବ ବଳବନ୍ତରାୟ, ବଡ଼ଚଣା ବିଧାୟକ ଅମର ପ୍ରସାଦ ଶତପଥୀ ଯୋଗ ଦେଇଥିଲେ । ବିଜୁ ଯୁବ ଛାତ୍ର ଜନତା ଦଳର ଜିଲ୍ଲା ସଭାପତିଙ୍କ ସହ ବିଜୁ ଜନତା ଦଳର ସମସ୍ତ କର୍ମକର୍ତ୍ତା ଉପସ୍ଥିତ ରହିଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଓ ମୁଖ୍ୟମନ୍ତ୍ରୀଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ରାଜ୍ୟର ବିଭିନ୍ନ ସ୍ଥାନରେ ରକ୍ତଦାନ ଶିବିର ଅନୁଷ୍ଠିତ ହେଉଥିବା ବେଳେ ଯାଜପୁର ଜିଲ୍ଲାର ବିଭିନ୍ନ ବ୍ଲକରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି । ପ୍ରତି ପଂଚାୟତ ସ୍ତରରେ ବୃକ୍ଷ ରୋପଣ କରାଯିବା ପାଇଁ ନିଷ୍ପତ୍ତି ନିଆଯାଇଛି । ବିଜୁ ଜନତା ଦଳ ଖାଲି ଯେ ଏକ ରାଜନୈତିକ ଦଳ ଭାବେ ଛିଡା ହୋଇନି ବିଭିନ୍ନ ସାମାଜିକ କାର୍ଯ୍ୟକ୍ରମ ସହ ଜଡିତ ହୋଇ ରହିଛି । ଆଗାମୀ ଦିନରେ ରକ୍ତ ଭଣ୍ଡାରରେ ରକ୍ତର ଅଭାବ ନ ରହିବ ସେଥିପାଇଁ ରକ୍ତଦାନ ଶିବିର ଆୟୋଜନ କରାଯାଉଛି । ପରିବେଶକୁ ସବୁଜ ସୁନ୍ଦର କରିବା ପାଇଁ ବୃକ୍ଷରୋପଣ କାର୍ଯ୍ୟକ୍ରମ ହାତକୁ ନିଆ ଯାଇଥିବା ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ କହିଛନ୍ତି ।

   Related Posts