ଜୁନ୍ ୨ରୁ +୨ ଖାତାଦେଖା ଆରମ୍ଭ, ଦୁଇଟି ପର୍ଯ୍ୟାୟରେ ହେବ ମୂଲ୍ୟାୟନ

Published By : Prameya-News7 Bureau | May 28, 2022 IST

ଭୁବନେଶ୍ୱର ୨୮।୦୫:  ଜୁନ୍ ୨ରୁ +୨ ଖାତାଦେଖା ଆରମ୍ଭ । ୬୪ କେନ୍ଦ୍ରରେ ଅଫ୍‌ଲାଇନ୍‌ ଓ ୩୭ଟି କେନ୍ଦ୍ରରେ ଅନ୍‌ଲାଇନ୍‌ ମୂଲ୍ୟାୟନ ହେବ।  ବୋର୍ଡ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।

ଖବର ଅନୁଯାୟୀ, ଆସନ୍ତା ଜୁନ୍ ୨ରୁ  ଆରମ୍ଭ ହେବ ଯୁକ୍ତ ୨ ଖାତା ମୂଲ୍ୟାୟନ। ରାଜ୍ୟର ୬୪ କେନ୍ଦ୍ରରେ ଅଫ୍‌ଲାଇନ୍‌ ଓ ୩୭ଟି କେନ୍ଦ୍ରରେ ଅନ୍‌ଲାଇନ୍‌ ମୂଲ୍ୟାୟନ କରିବାକୁ ଯୋଜନା କରିଛି ସିଏଚଏସ୍‌ଇ । ଦୁଇଟି ପର୍ଯ୍ୟାୟରେ +୨ ଖାତା ମୂଲ୍ୟାୟନ ହେବ। ଜୁନ୍ ୨ରୁ ଜୁନ୍ ୧୨ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ମୂଲ୍ୟାୟନ ହେବାକୁ ଥିବା ବେଳେ ଜୁନ୍ ୧୩ରୁ ୨୨ ଯାଏ ୨ୟ ପର୍ଯ୍ୟାୟ ମୂଲ୍ୟାୟନ ହେବ ।

ସୂଚନାଯୋଗ୍ୟ ଯେ, ଏପ୍ରିଲ ୨୮ ତାରିଖ ଆରମ୍ଭ ମେ ୨୮ ତାରିଖ ପର୍ଯ୍ୟନ୍ତ ଚାଲିଥିଲା ଯୁକ୍ତ ୨ ପରୀକ୍ଷା ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.