ଆସନ୍ତା ୮ରେ ପ୍ରକାଶ ପାଇବ ଯୁକ୍ତ ୨ କଳା ଓ ଧନ୍ଦାମୂଳକ ରେଜଲ୍ଟ

Published By : Prameya-News7 Bureau | August 06, 2022 IST

ଭୁବନେଶ୍ୱର ୦୬।୦୮ :  ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ରେଜଲ୍ଟ ତାରିଖ ଘୋଷଣା । ୮ ତାରିଖ ଅପରାହ୍ନ ୪ଟାରେ ପ୍ରକାଶ ପାଇବ ଏହି ପରକ୍ଷୀଫଳ । orissaresults.nic.in ୱେବସାଇଟ୍‌ରେ ମାଧ୍ୟମରେ ଫଳ ଜାଣିପାରିବେ ଛାତ୍ରଛାତ୍ରୀ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।

ତେବେ ରାଜ୍ୟରେ ଚଳିତବର୍ଷ କଳାରେ ୨ ଲକ୍ଷ ୧୩ ହଜାର ୪୩୨ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ଧନ୍ଦାମୂଳକ ଶିକ୍ଷାରେ ୫ ହଜାର ୮୬୩ ଜଣ ପରୀକ୍ଷା ଦେଇଥିଲେ । ବୁଧବାର ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ପଳ ପ୍ରକାଶ ପାଇଥିଲା । ପୂର୍ବ ବର୍ଷ ତୁଳନାରେ ଚଳିତ ବର୍ଷ ଭଲ ରେଜଲ୍ଟ ହୋଇଛି । ଆଗକୁ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ମଧ୍ୟ ସେହିପରି ହେବ ବୋଲି ଶିକ୍ଷାବିତ୍‌ମାନେ ଆଶା ରଖିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.