ଆଜି ପ୍ରକାଶ ପାଇବ +୨ କଳା ଓ ଧନ୍ଦାମୂଳକ ରେଜଲ୍ଟ

Published By : Prameya-News7 Bureau | August 08, 2022 IST

ଭୁବନେଶ୍ୱର ୦୮।୦୮: ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ରେଜଲ୍ଟ । ଅପରାହ୍ଣ ୪ଟାରେ +୨ କଳା ରେଜଲ୍ଟ ପ୍ରକାଶ ପାଇବ । ଯୁକ୍ତ ଦୁଇ କଳା ସହ ଧନ୍ଦାମୂଳକ ପରୀକ୍ଷାଫଳ ମଧ୍ୟ ପ୍ରକାଶ ପାଇବ ।

ତେବେ ଉଚ୍ଚ ମାଧ୍ୟମକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ରେଜଲ୍ଟ ପ୍ରକାଶ ପାଇବ । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ରେଜଲ୍ଟ ଘୋଷଣା କରିବେ । www.odisharesults.nic.inରେ ରେଜଲ୍ଟ ଉପଲବ୍ଧ ହେବ । ରେଜଲ୍ଟ ଘୋଷଣା ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ମିଳିଛି । ଚଳିତ ବର୍ଷ କଳାରେ ୨ ଲକ୍ଷ ୧୩ ହଜାର ୪୩୨ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ବେଳେ ଧନ୍ଦାମୂଳକ ଶିକ୍ଷାରେ ୫ହଜାର ୮୬୩ ଜଣ ପରୀକ୍ଷା ଦେଇଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.