ଭୁବନେଶ୍ୱର ୧୪।୦୪ : ଆଜି ପବିତ୍ର ମହାବିଷୁବ ବା ପଣାସଂକ୍ରାନ୍ତି । ପଣାସଂକ୍ରାନ୍ତିକୁ ହନୁମାନ ଜୟନ୍ତୀ ଭାବରେ ମଧ୍ୟ ପାଳନ କରାଯାଏ । ହନୁମାନଙ୍କ ଉପାସନା ସହ ଭକ୍ତମାନେ ହନୁମାନ ଚାଳିଶା ପାଠକରନ୍ତି। ସେଥିପାଇଁ ବିଭିନ୍ନ ହନୁମାନ ମନ୍ଦିରରେ ଭକ୍ତଙ୍କ ଗହଳି ଲାଗିଛି । ପୁରୀରେ ମହାବିଷୁବ ସଂକ୍ରାନ୍ତି ଓ ହନୁମାନ ଜୟନ୍ତୀର ବିଶେଷ ମହତ୍ୱ ରହିଛି। ଏହି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ରାଜ୍ୟପାଳ, ମୁଖ୍ୟମନ୍ତ୍ରୀଙ୍କ ପରେ ଅନେକ ବ୍ୟକ୍ତି ବିଶେଷ ।

ପବିତ୍ର ମହାବିଷୁବ ସଂକ୍ରାନ୍ତି ଓ ଓଡ଼ିଆ ନବବର୍ଷ ଅବସରରେ ଏକ୍ସରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।

ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।ଏକ୍ସରେ ପୋଷ୍ଟ କରି ନବବର୍ଷ ଓ ପଣା ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଲେ । ଓଡ଼ିଶାବାସୀଙ୍କ ଉତ୍ତମ ସ୍ବାସ୍ଥ୍ୟ ଓ ସମୃଦ୍ଧି କାମନା କଲେ ପ୍ରଧାନମନ୍ତ୍ରୀ ।

ଓଡ଼ିଆ ନବବର୍ଷ ଓ ହନୁମାନ ଜୟନ୍ତୀର ଶୁଭେଚ୍ଛା ଜଣାଇଛନ୍ତି CM ମୋହନ ମାଝୀ ।ନୂତନ ବର୍ଷ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ସମୃଦ୍ଧି ଭରିଦେଉ । ଆମ ସଂସ୍କୃତି ଓ ଓଡ଼ିଆ ଅସ୍ମିତା ବିଶ୍ୱ ଦରବାରରେ ଆହୁରି ଗୌରବାନ୍ୱିତ ହେଉ ।