ଚଣ୍ଡିଖୋଲ ସଭାରେ ଯୋଗଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ବିଭିନ୍ନ ପ୍ରକଳ୍ପର କଲେ ଲୋକାର୍ପଣ ଓ ଶିଳାନ୍ୟାସ

Published By : Prameya-News7 Bureau | March 05, 2024 IST

ଚଣ୍ଡିଖୋଲ ୫।୩: ଓଡ଼ିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଯାଜପୁର ଜିଲ୍ଲା ଚଣ୍ଡିଖୋଲ ସଭାରେ ଯୋଗଦେଇ ୧୯ ହଜାର ୬ ଶହ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ପ୍ରଧାନମନ୍ତ୍ରୀ ଲୋକାର୍ପଣ ଓ ଶିଳାନ୍ୟାସ କରିଛନ୍ତି । ରେଳ, ଜାତୀୟ ରାଜପଥ ଆଦି ୧୬ଟି ପ୍ରକଳ୍ପ ଭେଟି ଦେଇଛନ୍ତି ପ୍ରଧାନମନ୍ତ୍ରୀ ।

ଏହାସହ ଉପସ୍ଥିତ ବିଶାଳ ଜନସଭାକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ । ଏହି ଅବସରରେ ଜୟ ଜଗନ୍ନାଥ କହି ଭାଷଣ ଆରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ । ସେ କହିଥିଲେ, ଓଡ଼ିଶାରେ ଆଜି ବିକାଶର ନୂଆ ଧାରା ଆରମ୍ଭ ହୋଇଛି । ଓଡ଼ିଶା ଓ ଦେଶର ବିକାଶ ପାଇଁ ବିଜୁ ବାବୁଙ୍କ ଯୋଗଦାନ ସ୍ମରଣୀୟ । ପୂର୍ବ ଯୋଜନାରେ ପ୍ରକଳ୍ପ ଠିକ୍‌ ସମୟରେ ସରୁନଥିଲା । ଆମ ସରକାର ପ୍ରକଳ୍ପକୁ ନିର୍ଦ୍ଧାରିତ ସମୟରେ ସାରିବାକୁ ଗୁରୁତ୍ୱ ଦିଏ । ଆମ ସରକାର ପାରାଦୀପ ରିଫାଇନାରୀ କାମ ସାରିଥିଲା ।

ଓଡ଼ିଶାର ବିକାଶ ପାଇଁ ଆମେ ଗୁରୁତ୍ୱ ଦେଇଆସୁଛୁ । ଓଡ଼ିଶା ରେଳ ବଜେଟ ପ୍ରାୟ ୧୨ ଗୁଣା ବଢ଼ାଇଛୁ । ଗଂଜାମରେ ଲୁଣି ଜଳ ପ୍ରକ୍ରିୟାକରଣ ପ୍ଲାଣ୍ଟ ଶିଳାନ୍ୟାସ ହୋଇଛି । ଲୁଣି ଜଳକୁ ପାନୀୟ ଉପଯୋଗୀ ଜଳରେ ପରିଣତ କରାଯିବ  । ଏହାଦ୍ୱାରା ଦୈନିକ ୫୦ ଲକ୍ଷ ଲିଟର ପାନୀୟ ଜଳ ମିଳିବ ।

ଏହି ଅବସରରେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଶ୍ୱେଶ୍ୱର ଟୁଡୁ ପ୍ରମୁଖ ଉପସ୍ଥିତ ଅଛନ୍ତି ।

ଚଣ୍ଡିଖୋଲ ସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଶଂସା କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, ଭାରତୀୟ ଅର୍ଥନୀତିକୁ ପ୍ରଧାନମନ୍ତ୍ରୀ ନୂଆ ଗତି ଦେଇଛନ୍ତି । ଏବେ ଭାରତ ବିଶ୍ୱର ପଞ୍ଚମ ବୃହତ୍ତମ ଅର୍ଥନୀତି ହୋଇପାରିଛି । ଖୁବ୍‌ ଶୀଘ୍ର ଏହା ତୃତୀୟ ବୃହତ୍ତମ ଅର୍ଥନୀତି ହେବାକୁ ଯାଉଛି ବୋଲି କହିଛନ୍ତି । ଓଡ଼ିଶାକୁ ଅନେକ ପ୍ରକଳ୍ପ ଭେଟି ଦେଇଥିବାରୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ । ଓଡ଼ିଶାର ବିକାଶ ପାଇଁ ମୁଁ ପ୍ରଧାନମନ୍ତ୍ରୀଙ୍କ ସହଯୋଗ କାମନା କରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

You Can Read :

wp:embed {"url":"https://www.prameyanews7.com/pm-modi-reach-in-odisha/","type":"wp-embed","providerNameSlug":"prameya-news-7"}
https://www.prameyanews7.com/pm-modi-reach-in-odisha/
/wp:embed

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.