ଭୁବନେଶ୍ୱର ୧୯।୦୬ : ଶୁକ୍ରବାର ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଗସ୍ତ ଅବସରରେ ୧୯ ହଜାର କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ କରିବେ ପ୍ରଧାନମନ୍ତ୍ରୀ । ଏହାପୂର୍ବରୁ ଗୁରୁବାର ଜନତା ମଇଦାନରେ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଅବସରରେ ଆଇନମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ପୋଲିସ ଡିଜି,ବରିଷ୍ଠ ଅଧିକାରୀ ଅଧିକାରୀମାନେ ଉପସ୍ଥିତ ରହିଥିଲେ । ସେହିପରି ରାଜ୍ୟ ସଭାପତି ମନମୋହନ ସାମଲ, ରାଜ୍ୟ ବିଜେପି ପ୍ରଭାରୀ ବିଜୟ ପାଲ ସିଂ ତୋମାର, ସହପ୍ରଭାରୀ ଲତା ଉଷେଣ୍ଡି ମଧ୍ୟ ଉପସ୍ଥିତ ରହିଥିଲେ ।
ଶୁକ୍ରବାର ଦିନ ପ୍ରଧାନମନ୍ତ୍ରୀ ଭୁବନେଶ୍ୱର ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯିବ । ଏୟାରପୋର୍ଟରୁ ତ୍ରିରଙ୍ଗା ଯାତ୍ରା କରିବେ ପ୍ରଧାନମନ୍ତ୍ରୀ । ଏହାପରେ କଳିଙ୍ଗ ଷ୍ଟାଡିୟମ୍ରୁ ବିଶାଳ ରୋଡ୍ ଶୋ କରିବେ ପ୍ରଧାନମନ୍ତ୍ରୀ । ପାଖିପାଖି ୨ଲକ୍ଷ କର୍ମକର୍ତ୍ତା ପ୍ରଧାନମନ୍ତ୍ରୀ ସ୍ୱାଗତ କରିବେ । ଏୟାରପୋର୍ଟରୁ ଜନତା ମଇଦାନ ଭିତରେ ୨୮ଟି ଜାଗାରେ ସ୍ୱାଗତ ପାଇଁ ସ୍ୱତନ୍ତ୍ର ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ପରେ ଜନତା ମଇଦାନରେ ପହଞ୍ଚିବା ପରେ ୧୯ ହଜାର କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ ଓ ଲୋକର୍ପଣ କରିବେ ପ୍ରଧାନମନ୍ତ୍ରୀ । ଏହାସହ ଆୟୁଷ୍ମାନ ବୟୋବନ୍ଦନା ଯୋଜନାରେ କାର୍ଡ ବାଣ୍ଟିବେ, ଲକ୍ଷପତି ଦିଦିଙ୍କୁ ଭେଟିବେ, ମୁଖ୍ୟମନ୍ତ୍ରୀ ଅନ୍ତଦ୍ୟୋୟ ଯୋଜନାରେ ଘର ବାଣ୍ଟିବେ। ପାଖାପାଖି ଦେଢ଼ ଲକ୍ଷ ଲୋକଙ୍କୁ ପ୍ରଧାନମନ୍ତ୍ରୀ ସମ୍ବୋଧନ କରିବେ ବୋଲି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି।