ବାରିପଦାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ପ୍ରଚାର କରି ଦଳୀୟ ପ୍ରାର୍ଥୀଙ୍କ ପାଇଁ ମାଗିବେ ଭୋଟ୍

Published By : Prameya-News7 Bureau | May 29, 2024 IST

ଭୁବନେଶ୍ୱର ୨୯।୫: ଶେଷ ପର୍ଯ୍ୟାୟରେ ପହଞ୍ଚିଲାଣି ନିର୍ବାଚନ । ସବୁ ଦଳ ନିଜ ନିଜ ପ୍ରଚାରରେ ଲାଗିପଡିଛନ୍ତି । ଏହି ପରିପ୍ରେକ୍ଷୀରେ ପ୍ରଚାର ପାଇଁ ବାରିପଦାରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାରିପଦା ସମେତ ତିନୋଟି ଜନସଭାରେ ଯୋଗ ଦେବା ସହ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ୍ ମାଗିବେ ପ୍ରଧାନମନ୍ତ୍ରୀ ।

ବୁଧବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିନିକିଆ ଓଡିଶା ଗସ୍ତରେ ଆସି ପ୍ରଥମେ ବାରିପଦା ଛଉ ପଡିଆରେ ବିଶାଳ ଜନ ସଭାରେ ଉଦବୋଧନ ଦେବେ । ଏହାପରେ ଅପରାହ୍ନ ୨ ଘଟିକା ସମୟରେ ବାଲେଶ୍ବର ଜିଲ୍ଲା ରେମୁଣା ନରହରି ପଡିଆରେ ହେବାକୁ ଥିବା ଜନସଭାରେ ସାମିଲ ହେବେ । ଶେଷରେ ଅପରାହ୍ନ ୪ଟାରେ କେନ୍ଦ୍ରାପଡାରେ ଜନସଭା କରିବେ ପ୍ରଧାନମନ୍ତ୍ରୀ ।

ସେପଟେ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡ଼ାକଡି କରାଯାଇଛି । ଜିଲ୍ଲା ପ୍ରଶାସନ, ଏସ୍‌ପିଜି କମାଣ୍ଡ ତନତନ କରି ସଭାସ୍ଥଳକୁ ଯାଞ୍ଚ କରୁଛନ୍ତି । 

You Can Read :

ଆଗାମୀ ୨୪ ଘଣ୍ଟା ମଧ୍ୟରେ କେରଳ ଛୁଇଁବ ମୌସୁମୀ ! ଉପକୂଳ ଛୁଇଁବା ପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ

 

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.