ପୁରୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ କରିଲେ ଦର୍ଶନ

Published By : Prameya-News7 Bureau | May 20, 2024 IST

ପୁରୀ ୨୦।୦୫ : ଓଡିଶାରେ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସୋମବାର ସକାଳୁ ସକାଳୁ ବାୟୁସେନାର ସ୍ୱତନ୍ତ୍ର ହେଲିକାପ୍ଟର ଯୋଗେ ପୁରୀରେ ପହଞ୍ଚିଛନ୍ତି । ଏହାପରେ ସେଠାରୁ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡି କରାଯାଇଛି । 

ଖବର ଅନୁଯାୟୀ, ରବିବାର ରାତିରେ ପ୍ରଧାନମନ୍ତ୍ରୀ ଓଡିଶା ଗସ୍ତରେ ଆସିଛନ୍ତି । ଭୁବନେଶ୍ୱରରେ ରାତ୍ରୀଯାପନ ପରେ ସୋମବାର ସକାଳୁ ସକାଳୁ ପୁରୀ ଗସ୍ତରେ ଯାଇଛନ୍ତି ପ୍ରଧାନମନ୍ତ୍ରୀ । ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟରରେ ତାଳବଣିଆ ହେଲିପ୍ୟାଡରେ ପହଞ୍ଚିଥିଲେ । ଏହାପରେ କଡ଼ା ସୁରକ୍ଷା ମଧ୍ୟରେ ଶ୍ରୀମନ୍ଦିର ଯାଇଛନ୍ତି । ଜଗନ୍ନାଥ ମହାପ୍ରଭୁଙ୍କୁ ଦର୍ଶନ ପରେ ପୁରୀରେ ରୋଡ ଶୋ କରିବେ ପ୍ରଧାନମନ୍ତ୍ରୀ । 

  • Lok Sabha Election 2024
  • Odisha assembly election 2024
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.