ଲୋକାର୍ପିତ ହେଲା ବିଶ୍ୱର ଉଚ୍ଚତମ ବ୍ରିଜ୍‌, ଜମ୍ମୁରୁ ଶ୍ରୀନଗର ଯାତ୍ରା ହେବ ସହଜ

Published By : Prameya-News7 Bureau | June 06, 2025 IST

ନୂଆଦିଲ୍ଲୀ: ବିଶ୍ୱର ସର୍ବୋଚ୍ଚ ଚେନାବ ରେଲୱେ ସେତୁ ଉଦ୍‌ଘାଟିତ। ୧୫ ଶହ କୋଟି ଖର୍ଚ୍ଚରେ ନିର୍ମିତ ଅତ୍ୟାଧୁନିକ ସେତୁର ଉଦ୍‌ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ୩୫୯ ମିଟର ଉଚ୍ଚତା, ୧୩୧୫ ମିଟର ଦୈର୍ଘ୍ୟର ସେତୁ। ଏଣିକି ଯେକୌଣସି ଋତୁରେ ଜମ୍ମୁରୁ ଶ୍ରୀନଗର ଯାତ୍ରା ସହଜ ହେବ।

ଏହି ସେତୁ ଜମ୍ମୁ ଓ କାଶ୍ମୀର ରିଆସି ଜିଲ୍ଲାର କାଉରି ଓ ବକ୍ଲାଲ ଅଞ୍ଚଳକୁ ସଂଯୋଗ କରିବ ।  ଏଥି ସହିତ ଭାରତୀୟ ରେଳ ବିଭାଗ ଦ୍ବାରା ଅଞ୍ଜିଠାରେ ନିର୍ମିତ ପ୍ରଥମ କେବଲ୍ ବ୍ରିଜ୍ ମଧ୍ୟ ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ । ଏହାର ଉଚ୍ଚତା ୧୯୩ ମିଟର, ଦୈର୍ଘ୍ୟ ୭୨୫ ମିଟର ଥିବା ବେଳେ ୨୯୦ ମିଟର ମେନ ସ୍ପାନ୍ ରହିଛି । 

ଏହି ବ୍ରିଜ୍ ଜମ୍ମୁ କାଶ୍ମୀରର କଟ୍ରା ଓ ରଆସି ଜିଲ୍ଲାକୁ ସଂଯୋଗ କରିବ । ଏଥିସହ ଦୁଇଟି ବନ୍ଦେ ଭାରତ ଟ୍ରେନର ମଧ୍ୟ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ । ଏହାଦ୍ବାରା ଶ୍ରୀନଗରରକୁ ପ୍ରଥମ ସେମି ହାଇସ୍ପିଡ୍ ଟ୍ରେନ୍ ଗଡ଼ିବ । ଫଳରେ ମାତ୍ର ୩ ଘଣ୍ଟା ମଧ୍ୟରେ କଟ୍ରାରୁ ଶ୍ରୀନଗର ଯାତ୍ରା ସମ୍ଭବ ହୋଇପାରିବ । 

ମୋଟ ଉପରେ ଜମ୍ମୁ କାଶ୍ମୀରକୁ ୪୬ ହଜାର କୋଟିର ରେଳ ପ୍ରକଳ୍ପର ଭେଟି ଦେବେ ନରେନ୍ଦ୍ର ମୋଦୀ । ସବୁଠୁ ବଡ଼ କଥା ହେଉଛି ଦୀର୍ଘ ୭୮ ବର୍ଷ ଧରି ଭାରତର କାଶ୍ମୀରଠାରୁ କନ୍ୟାକୁମାରୀ ପର୍ଯ୍ୟନ୍ତ ସଂଯୋଗ କରିବାକୁ ଭାରତୀୟ ରେଳପଥର ଯେଉଁ ସ୍ବପ୍ନ ଥିଲା ତାହା ଏହି ରେଳ ପୋଲ ସହ ସାକାର ହୋଇଛି । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.