Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଉ କିଛି ଦିନ ପରେ ସାଜିଥାନ୍ତେ ବରଗଡ଼ ଧନୁଯାତ୍ରାର ବଳରାମ, ତା ଆଗରୁ ଦୁନିଆ ଛାଡ଼ି ଚାଲିଗଲେ ଶ୍ରେୟସ
  • ||
  • ଜାଡ଼ରେ ଥରୁଛି କନ୍ଧମାଳ: ଫୁଲବାଣୀରେ ୬.୬ ଡିଗ୍ରୀ, ଦାରିଙ୍ଗବାଡିରେ ୮.୫ ଡିଗ୍ରୀ ସେଲସିୟସ
  • ||
  • ମହିଳା ପ୍ରଦର୍ଶନକାରୀଙ୍କ ସ୍ତନ ଏବଂ ଗୁପ୍ତାଙ୍ଗକୁ ଗୁଳି କରୁଛନ୍ତି ଇରାନୀ ସେନା, ଖୁଲାସା କଲେ ଡାକ୍ତର
  • ||
  • ସିନ୍ଧେକେଲା ଥାନା ଆଇଆଇସି ଗିରଫ, ୨୫ ହଜାର ଲାଞ୍ଚ ନେଉଥିବା ବେଳେ ଧରିଥିଲା ଭିଜିଲାନ୍ସ
  • ||
  • ଧର୍ମଗଡ: ଭାରସାମ୍ୟ ହରାଇ ଗଛରେ ପିଟିଲା ମିନିଟ୍ରକ, ଦୁର୍ଘଟଣାରେ ଜଣେ ମୃତ
  • ||
  • ଜାଡ଼ରେ ଥରୁଛି ରାଜ୍ୟ, କୋରାପୁଟରେ ତଳକୁ ଖସିଲା ପାରଦ
  • ||
  • ମୋହନା: ଗୋଷ୍ଠୀ କେନ୍ଦ୍ର ପଛପଟେ ପଡ଼ିଛି କୁଢ଼ କୁଢ଼ ଔଷଧ, ବୈଧତା ଥାଇ ବି ଫୋପାଡିଦେଲେ
  • ||
  • ପାଟଣା ରେଞ୍ଜରେ ଘୁରି ବୁଲୁଛନ୍ତି ହାତୀପଲ, ଧାନ ଫସଲ ନଷ୍ଟ ସହ ଖାଇଗଲେ ଶହ ଶହ ଧାନ ବିଡା
  • ||
  • ନିଶ୍ଚିତକୋଇଲି: ବିଳମ୍ବିତ ରାତିରେ ମାତିଲେ ଡକାୟତ, ଚୋରି କରିବାକୁ ଆସି ନେଇଗଲେ ଜୀବନ
  • ||

ହାଇଦ୍ରାବାଦରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦୀ, ପ୍ରୋଟକଲ ଭାଙ୍ଗିଲେ କେସିଆର, ସ୍ୱାଗତ ପାଇଁ ବିମାନ ବନ୍ଦର ଆସିଲେ ନାହିଁ

2/07/2022 at 5:44 PM

ହାଇଦ୍ରାବାଦ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ବୈଠକରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ହାଇଦ୍ରାବାଦରେ ପହଞ୍ଚିଛନ୍ତି। ଦୁଇ ଦିନିଆ କାର୍ଯ୍ୟକାରିଣୀ ବୈଠକ ଆଜିଠୁ ଆରମ୍ଭ ହେଉଛି । ଏହି ଦୁଇ ଦିନ ପ୍ରଧାନମନ୍ତ୍ରୀ ମୋଦୀ ହାଇଦ୍ରାବାଦରେ ହିଁ ରହିବେ। କାର୍ଯ୍ୟକାରିଣୀ ବୈଠକ ପରେ ପିଏମ ମୋଦୀ ରବିବାର ଏକ ବିଶାଳ ଜନସଭାକୁ ସମ୍ୱୋଧିତ କରିବେ ।

ପ୍ରୋଟକଲ ଅନୁସାରେ ସିଏମ ସ୍ୱାଗତ କରିଥାନ୍ତି । ଉଲ୍ଲେଖଯୋଗ୍ୟ ଯେ, ସାଧାରଣତଃ ପ୍ରୋଟକଲ ଅନୁସାରେ ଯେତେବେଳେ ପ୍ରଧାନମନ୍ତ୍ରୀ କୌଣସି ରାଜ୍ୟ ଗସ୍ତରେ ପହଞ୍ଚନ୍ତି ତେବେ ତାଙ୍କୁ ସ୍ୱାଗତ କରିବା ପାଇଁ ରାଜ୍ୟର ମୁଖ୍ୟମନ୍ତ୍ରୀ ପହଞ୍ଚିଥାନ୍ତି । କିନ୍ତୁ ତେଲେଙ୍ଗାନାର ମୁଖ୍ୟମନ୍ତ୍ରୀ ଏଥର ବି ପ୍ରଧାନମନ୍ତ୍ରୀ ମୋଦୀଙ୍କ ସ୍ୱାଗତ ପାଇଁ ପହଞ୍ଚି ନଥିଲେ। ଗତ ପାଞ୍ଚ ମାସରେ ଏହା ତୃତୀୟ ଘଟଣା ଯେତେବେଳେ କେସିଆର ପିଏମ ମୋଦୀଙ୍କୁ ସ୍ୱାଗତ କରିବା ପାଇଁ ପହଞ୍ଚି ନାହାନ୍ତି ।

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ସ୍ୱାଗତ କରିବା ପାଇଁ ତେଲେଙ୍ଗାନା ସରାକରରେ ଜଣେ ମାତ୍ର ମନ୍ତ୍ରୀ ଉପସ୍ଥିତ ଥିଲେ। ତେବେ ଏହା ପୂର୍ବରୁ ବିରୋଧୀ ମେଣ୍ଟର ରାଷ୍ଟ୍ରପତି ପ୍ରାର୍ଥୀ ଯଶବନ୍ତ ସିହ୍ନା ହାଇଦ୍ରାବାଦରେ ପହଞ୍ଚିବା ପରେ ତାଙ୍କୁ ସ୍ୱାଗତଃ କରିବା କରିବା ପାଇଁ କେସିଆର ପୁରା କ୍ୟାବିନେଟ ସହ ବେଗମ ବିମାନ ବନ୍ଦରରେ ପହଞ୍ଚିଥିଲେ। ରାଷ୍ଟ୍ରପତି ନିର୍ବାଚନରେ ଯଶବନ୍ତ ସିହ୍ନାଙ୍କୁ ସମର୍ଥନ ଦେବା ନେଇ ପୂର୍ବରୁ ଟିଆରଏସ ଘୋଷଣା କରିସାରିଛି।

   Related Posts