LIVE TV

ଝାରସୁଗୁଡ଼ାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ବିମାନବନ୍ଦରରେ ଜୋରଦାର ସ୍ୱାଗତ

NEWS7
pm

ଝାରସୁଗୁଡ଼ା ୨୭।୦୯ :​​​​​​​ ଝାରସୁଗୁଡ଼ାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ଆସି ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ । ବିମାନବନ୍ଦରରେ ରାଜ୍ୟପାଳ ହରିବାବୁ କମ୍ଭମପତି ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସ୍ୱାଗତ କରିଛନ୍ତି ।

ଶନିବାର ଝାରସୁଗୁଡ଼ା ଅମଲିପାଲି ପଡିଆରେ ଯୁବ ସମାବେଶର ଅନୁଷ୍ଠିତ ହେଉଛି । ଯେଉଁଥିରେ ସାମିଲ ହେବେ ପ୍ରଧାନମନ୍ତ୍ରୀ । ଏହି ଅବସରରେ ପ୍ରଧାନମନ୍ତ୍ରୀ ୬୦ ହଜାର କୋଟି ଟଙ୍କା ପ୍ରକଳ୍ପର ଲୋକାର୍ପଣ ସହ ଶିଳାନ୍ୟାସ କରିବେ । ଦୂରସଂଚାର, ରେଳବାଇ, ଉଚ୍ଚଶିକ୍ଷା, ସ୍ୱାସ୍ଥ୍ୟସେବା, ଦକ୍ଷତା ବିକାଶ ସହ ଗ୍ରାମ୍ୟ ଗୃହ ନିର୍ମାଣର ଏହି ପ୍ରକଳ୍ପଗୁଡ଼ିକ ଦେଶବାସୀଙ୍କୁ ହେବ ପ୍ରଧାନମନ୍ତ୍ରୀଙ୍କ ପାର୍ବଣ ଭେଟି । ସମାବେଶରେ ମୋଦି ସାଧାରଣ ଜନତାଙ୍କୁ ମଧ୍ୟ ସମ୍ବୋଧିତ କରିବେ ।

​​​​​​​ସେପଟେ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ଓ ସୁରକ୍ଷାକର୍ମୀ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡି କରାଯାଇଛି । ଏପିରିକି ଶନିବାର ଦିନ ସକାଳୁ ପୋଲିସ ଡିଜି ଓ୍ୱାଇ.ବି ଖୁରାନିଆ ସଭାସ୍ଥଳରେ ପହଞ୍ଚି ସୁରକ୍ଷା ବ୍ୟବସ୍ଥାକୁ ଅନୁଧ୍ୟାନ କରିବା ସହ ସମୀକ୍ଷା କରିଥିଲେ । ସେହିପରି ସନ୍ଧାନୀ କୁକୁର ମଧ୍ୟ ସଭାସ୍ଥଳରେ ପଇଁତରା ମାରୁଛି।