ଭୁବନେଶ୍ବର ୧।୪: ଆଜି ୯୦ତମ ଉତ୍କଳ ଦିବସ ପାଳନ କରୁଛି ଓଡ଼ିଶା । ୧୯୩୬ ମସିହା ଏପ୍ରିଲ ୧ ଓଡ଼ିଶା ଇତିହାସରେ ସ୍ବର୍ଣ୍ଣିମ ଅକ୍ଷରରେ ବିଦିତ ଏକ ଅବିସ୍ମରଣୀୟ ତାରିଖ । ଯାହାକୁ ନେଇ ପ୍ରତ୍ୟେକ ଓଡ଼ିଆ ନିଜକୁ ଗର୍ବିତ ଅନୁଭବ କରନ୍ତି । ଯାହା ବୟାନ କରେ ଓଡ଼ିଶା ରାଜ୍ୟ ଗଠନର ଗୌରବମୟ ଇତିହାସ । ୧୯୩୬ ଏପ୍ରିଲ ୧ ତାରିଖରେ ଭାଷା ଭିତ୍ତିରେ ଆମ ଓଡ଼ିଶାକୁ ମିଳିଥିଲା ସ୍ବତନ୍ତ୍ର ପ୍ରଦେଶର ମାନ୍ୟତା । ଭାଷା ଭିତ୍ତିରେ ଏକ ସ୍ବତନ୍ତ୍ର ରାଜ୍ୟର ମାନ୍ୟତା ପାଇବାରେ ଓଡ଼ିଶା ପାଲଟିଥିଲା ଭାରତର ପ୍ରଥମ ରାଜ୍ୟ । ଉତ୍କଳ ଦିବସ ଓଡ଼ିଶାର ସ୍ୱତନ୍ତ୍ର ପରିଚୟ ଏବଂ ପ୍ରତିଷ୍ଠା ଦିବସକୁ ମନେ ରଖିବା ପାଇଁ ଏହି ଦିନକୁ ପାଳନ କରିଥାନ୍ତି କୋଟି କୋଟି ଓଡ଼ିଆ । ଏହି ଦିନରେ ବରପୁତ୍ର ମାନଙ୍କୁ ଓଡ଼ିଆମାନେ ମନେ ପକାଉଛନ୍ତି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚିଠି ଲେଖିଛନ୍ତି । ମୁଖ୍ୟମନ୍ତ୍ରୀଙ୍କୁ ୪ ପୃଷ୍ଠାର ଚିଠି ଲେଖିଛନ୍ତି ପ୍ରଧାନମନ୍ତ୍ରୀ । ପ୍ରଧାନମନ୍ତ୍ରୀଙ୍କ ଚିଠିରେ ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟ କଥା ଉଲ୍ଲେଖ ରହିଛି । ସୁଭଦ୍ରା ଯୋଜନାର ସଫଳତାକୁ ମଧ୍ୟ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ । ମାଓ ଦମନରେ ଓଡ଼ିଶାର ସଫଳତାକୁ ମଧ୍ୟ ପ୍ରଶଂସା କରିଛନ୍ତି । ଚିଠିରେ ବିଜୁ ବାବୁଙ୍କ ସାହାସିକତାକୁ ବି ଭୁରିଭୁରି ପ୍ରଶଂସା କରିଛନ୍ତି ମୋଦୀ । ଗୁଜରାଟ CM ଥିବାବେଳେ ଓଡ଼ିଆ ଲୋକଙ୍କ ସହ ମତ ବିନିମୟ କଥା ମଧ୍ୟ ଚିଠିରେ ଉଲ୍ଲେଖ ରହିଛି ।

Also Read: ୯୦ ତମ ଉତ୍କଳ ଦିବସ ପାଳନ କରୁଛି ଓଡ଼ିଶା, ବରପୁତ୍ରଙ୍କୁ ମନେ ପକାଉଛନ୍ତି ଓଡ଼ିଆ

ପଢ଼ନ୍ତୁ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ଲେଖିଥିବା ଚିଠି…