ବାସୁଦେବପୁର ୭।୩: ରସିକିଆ ହିନ୍ଦୀ ଶିକ୍ଷକଙ୍କ ନାଁରେ ଅସଦାଚରଣ ଅଭିଯୋଗ । ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ନେଇ ଅଭିଯୋଗ ହୋଇଛି । ଘଟଣା ପ୍ରଘଟ କଲେ ଜୀବନରୁ ମାରିଦେବାକୁ ଦେଇଥିଲେ ଧମକ । ଏଭଳି ସାଙ୍ଘାତିକ ଅଭିଯୋଗ ପରେ ହିନ୍ଦୀ ଶିକ୍ଷକଙ୍କୁ ଉଠାଇନେଲା ପୋଲିସ । ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ୍ ଚାନ୍ଦିମାଳ ଅଞ୍ଚଳରେ ଘଟିଛି ଏଭଳି ଘଟଣା ।

ଏ ଖବର ବି ପଢ଼ନ୍ତୁ:- ଭିଜିଲାନ୍ସ ପଞ୍ଝାରେ ସହକାରୀ ଯନ୍ତ୍ରୀ, ଏକାସାଙ୍ଗେ ୭ଟି ସ୍ଥାନରେ ଚାଲିଛି ଚଢାଉ

ଅସଦାଚରଣ ଅଭିଯୋଗରେ ହିନ୍ଦୀ ଶିକ୍ଷକଙ୍କୁ ବିଦ୍ୟାଳୟରୁ ଉଠାଇ ନେଲା ପୋଲିସ । ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ୍ ଚାନ୍ଦିମାଳ ନବୋଦୟ ବିଦ୍ୟାଳୟର ହିନ୍ଦୀ ଶିକ୍ଷକଙ୍କ ନାଁରେ ଏଭଳି ସାଙ୍ଘାତିକ ଅଭିଯୋଗ ଆଣିଛନ୍ତି ଜଣେ ସପ୍ତମ ଶ୍ରେଣୀ ଛାତ୍ରୀ । ଏମିତି କି ଛାତ୍ରୀଙ୍କୁ ଜୀବନରୁ ମାରି ଦେବାକୁ ହିନ୍ଦୀ ଶିକ୍ଷକ ଜଣକ ଧମକ ଦେଇଥିବା ଛାତ୍ରୀ ଜଣକ ଅଭିଯୋଗ ଆଣିଛନ୍ତି ।

ଏ ଖବର ବି ପଢ଼ନ୍ତୁ:- ଗୁଜବ ନା ସତ, ମାଲକାନଗିରିରେ ମିଳୁନି ପେଟ୍ରୋଲ-ଡିଜେଲ୍ !

ଶୁକ୍ରବାର ରାତିରେ ଛାତ୍ରୀ ଜଣକ ଭୟଭୀତ ଅବସ୍ଥାରେ ବିଦ୍ୟାଳୟରୁ ପଳାଇ ଆସି ନିକଟସ୍ଥ ଗାଁରେ ଆଶ୍ରୟ ନେଇଥିଲେ । ପରେ ଛାତ୍ରୀ ଜଣକ ଗାଁ ଲୋକଙ୍କୁ ଜଣାଇବା ପରେ ଗାଁ ଲୋକେ ନିକଟସ୍ଥ ପୋଲିସକୁ ଖବର ଦେଇଥିଲେ । ପୋଲିସ ଗାଁରେ ପହଞ୍ଚି ଛାତ୍ରୀଙ୍କୁ ଉଦ୍ଧାର କରିଥିଲା । ଏହାସହ ବିଦ୍ୟାଳୟରୁ ସଂପୃକ୍ତ ହିନ୍ଦୀ ଶିକ୍ଷକଙ୍କୁ ଥାନାକୁ ଉଠାଇ ନେଇଥିଲା । ଏ ଘଟଣା ନେଇ ପୋଲିସ ତଦନ୍ତ ଜାରି ରଖିଛି । ଛାତ୍ରୀ ଜଣକ ଭଦ୍ରକ ଆଗରପଡା ଅଞ୍ଚଳର ବୋଲି ଜଣାପଡିଛି । ଛାତ୍ରୀଙ୍କ ଅଜାଙ୍କ ଅଭିଯୋଗ ପରେ ପୋଲିସ ତଦନ୍ତ ଆରମ୍ଭ କରିଛି ।