LIVE TV

ପୋଲିସ SI ନିଯୁକ୍ତି ଦୁର୍ନୀତି ମାମଲା, ସିବିଆଇ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି

NEWS7
CBI

ଭୁବନେଶ୍ୱର: ବହୁ ଚର୍ଚ୍ଚିତ ପୋଲିସ ସବ୍‌ ଇନ୍ସପେକ୍ଟର ନିଯୁକ୍ତି ଦୁର୍ନୀତି ମାମଲାରେ ମୁଖ୍ୟମନ୍ତ୍ରୀ ବଡ଼ ନିଷ୍ପତ୍ତି ନେଇଛନ୍ତି । ଏହି ମାମଲାର ତଦନ୍ତ ଦାୟିତ୍ୱ ସିବିଆଇକୁ ହସ୍ତାନ୍ତର କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ନେଇଛନ୍ତି । ଏହି ମାମଲାରେ ଏ ପର୍ଯ୍ୟନ୍ତ ୧ ଜଣ ଗିରଫ ହୋଇ ସାରିଲେଣି। ତଥାପି ମୁଖ୍ୟ ଅଭିଯୁକ୍ତ ଶଙ୍କର ପୃଷ୍ଟିକୁ ଏ ପର୍ଯ୍ୟନ୍ତ ପୋଲିସ ଗିରଫ କରି  ପାରିନି।

ଏହା ପୂର୍ବରୁ ଆଜି ପୋଲିସ SI ପରୀକ୍ଷା କେଳେଙ୍କାରୀ ମାମଲାରେ ମୁଖ୍ୟ ଅଭିଯୁକ୍ତ ଶଙ୍କର ପୃଷ୍ଟିର ଆଗୁଆ ଜାମିନ୍ ଆବେଦନ ଖାରଜ ହୋଇଛି। ଶଙ୍କର ପୃଷ୍ଟିର ଆଗୁଆ ଜାମିନ୍ ଆବେଦନ ଖାରଜ କଲେ ହାଇକୋର୍ଟଶଙ୍କରର ପତ୍ନୀ ଦୀପ୍ତିମୟୀ ସାହୁଙ୍କ ଆଗୁଆ ଜାମିନ୍ ମଧ୍ୟ ଖାରଜ ହୋଇଛି। ଦୀପ୍ତିମୟୀଙ୍କୁ ତଳ କୋର୍ଟରେ ହାଜର ହୋଇ ଜାମିନ ଆବେଦନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଉଚ୍ଚ ନ୍ୟାୟାଳୟ। ଘଟଣା ଦିନଠାରୁ ଉଭୟ ପତି ପତ୍ନୀ ଫେରାର ଅଛନ୍ତି

​​​​​​​ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଜାରି ବୟାନ ଅନୁସାରେ, ବର୍ତ୍ତମାନ ପର୍ଯ୍ୟନ୍ତ ହୋଇଥିବା ତଦନ୍ତରେ ଦୁର୍ନୀତିର ଚେର ଆନ୍ଧ୍ରପ୍ରଦେଶ ଓ ପଶ୍ଚିମବଙ୍ଗ ସହିତ ଅନ୍ୟାନ୍ୟ ରାଜ୍ୟକୁ ମଧ୍ୟ ବ୍ୟାପି ଥାଇପାରେ । ଏହା ସହିତ ଏହି ଦୁର୍ନୀତିରେ ଆନ୍ତ-ରାଜ୍ୟ ସଂଗଠିତ କ୍ରିମିନାଲ ଗ୍ୟାଙ୍ଗର ସଂପୃକ୍ତି ଥିବା ନେଇ ମଧ୍ୟ ସନ୍ଦେହ କରାଯାଉଛି  । ଏସବୁକୁ ଦୃଷ୍ଟିରେ ରଖି, ଦୁର୍ନୀତିର ସଂପୂର୍ଣ୍ଣ ପର୍ଦ୍ଦାଫାସ୍ କରିବା ପାଇଁ ଏବଂ ଏଥିରେ ସଂପୃକ୍ତ ସମସ୍ତ ଅପରାଧୀମାନଙ୍କୁ ଆଇନ ପରିସରକୁ ଆଣି ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଏହାର ତଦନ୍ତ ଭାର କେନ୍ଦ୍ରୀୟ ତଦନ୍ତ ସଂସ୍ଥା ସିବିଆଇକୁ ଦେବା ପାଇଁ ନିର୍ଣ୍ଣୟ କରିଛନ୍ତି ।

ବୟାନରେ ଆହୁରି କୁହାଯାଇଛି ଯେ, ପୋଲିସ ଏବଂ ଅନ୍ୟାନ୍ୟ ପୋଷାକଧାରୀ ସେବାରେ କର୍ମଚାରୀ ଚୟନ ପାଇଁ ଏକ ସ୍ଥାୟୀ ଆୟୋଗ ପ୍ରତିଷ୍ଠା କରିବାକୁ ରାଜ୍ୟ ସରକାର ବିଚାର କରୁଛନ୍ତି । ସୂଚନାଯୋଗ୍ୟ ଯେ ଓଡିଶା ପୋଲିସ ସବ୍‌ଇନ୍‌ସପେକ୍ଟର ନିଯୁକ୍ତି ପରୀକ୍ଷାରେ ବ୍ୟାପକ ଅନିୟମିତତା ଓ ଦୁର୍ନୀତିର ଅଭିଯୋଗ ହୋଇଥିଲା । ଏହାର ତଦନ୍ତ ଭାର କ୍ରାଇମ ବ୍ରାଞ୍ଚ ସିଆଇଡିକୁ ଦିଆଯାଇଥିଲା