ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆସୁଛି ଆଉ ଏକ ଲଘୁଚାପ ! ୮ରୁ ବର୍ଷା ସମ୍ଭାବନା
  • ||
  • ପଦ୍ମପୁର ଉପନିର୍ବାଚନ : ନେତା ବାଛିବେ ଜନତା, ଭୋଟ ଦେବେ ୨ ଲକ୍ଷରୁ ଅଧିକ ଭୋଟର
  • ||

ଆସିଲା ପୋଷ୍ଟମର୍ଟମ ରିପୋର୍ଟ, ଶ୍ୱାସରୁଦ୍ଧରୁ ହୋଇଛି ଧର୍ମେନ୍ଦ୍ର ସାହୁଙ୍କ ମୃତ୍ୟୁ

26/09/2022 at 12:38 PM

ଭୁବନେଶ୍ୱର ୨୬।୦୯ : ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁ ମୃତ୍ୟୁ ଘଟଣା ।  ଆସିଲା ମୃତ ଧର୍ମେନ୍ଦ୍ର ସାହୁଙ୍କ ପୋଷ୍ଟମର୍ଟମ ରିପୋର୍ଟ । ଶ୍ୱାସରୁଦ୍ଧରୁ ହୋଇଛି ଧର୍ମେନ୍ଦ୍ରଙ୍କ ମୃତ୍ୟୁ । ଏନେଇ ଭୁବନେଶ୍ୱର ଡିସିପି ପ୍ରତୀକ ସିଂ ସୂଚନା ଦେଇଛନ୍ତି ।

ସୂଚନାଯୋଗ୍ୟ ଯେ, ଶନିବାର ଦିନ ପୁରୀ ଜିଲ୍ଲା ଗୋପ ୧୧ ନଂ ଜୋନର ଧର୍ମେନ୍ଦ୍ର ସାହୁଙ୍କ ମୃତଦେହ ଭୁବନେଶ୍ୱର ଶିଶୁପାଳଗଡ ଲକ୍ଷ୍ମୀବିହାର ସ୍ଥିତ ଘରୁ ମିଳିଥିଲା । ପାରିବାରିକ କଳହରୁ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ଯାହାର ତଦନ୍ତ କରୁଛି କମିଶନରେଟ୍‌ ପୋଲିସ । ଏହିକ୍ରମରେ ଧର୍ମେନ୍ଦ୍ରଙ୍କ ଘରୁ ମିଳିଥିବା ଦୁଇଟି ମୋବାଇଲକୁ ରବିବାର ଦିନ ରାଜ୍ୟ ଫରେନସିକ୍‌ ଲାବ୍‌କୁ ପଠାଇଛି । ଏପଟେ ସୋମବାର ଦିନ ଆସିଛି ମୃତ ଧର୍ମେନ୍ଦ୍ରଙ୍କ ପୋଷ୍ଟମର୍ଟମ ରିପୋର୍ଟ । ଏହି ରିପୋର୍ଟରେ ଧର୍ମେନ୍ଦ୍ରଙ୍କ ଶ୍ୱାସରୁଦ୍ଧ ହୋଇ ମୃତ୍ୟୁ ହୋଇଥିବା ସୂଚନା ଦେଇଛନ୍ତି ଭୁବନେଶ୍ୱର ଡିସିପି ପ୍ରତୀକ ସିଂହ

   Related Posts