ପ୍ରଦୀପ ପାଣିଗ୍ରାହୀଙ୍କୁ କୋର୍ଟରେ ହାଜର କଲା କ୍ରାଇମବ୍ରାଞ୍ଚ
3/12/2020 at 10:30 PM

ଭୁବନେଶ୍ବର୩/୧୨: ପ୍ରଦୀପ ପାଣିଗ୍ରାହୀଙ୍କୁ ଗିରଫ କରିଛି ରାଜ୍ୟ କ୍ରାଇମବ୍ରାଞ୍ଚ। ବହିଷ୍କୃତ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ କ୍ରାଇମବ୍ରାଞ୍ଚ ଗୁରୁବାର ରାତି କୋର୍ଟରେ ହାଜର କରିଛି। କ୍ରାଇମବ୍ରାଞ୍ଚ ପ୍ରଦୀପଙ୍କୁ ଭୁବନେଶ୍ବର ଏସ୍ଡିଜେଏମ୍ କୋର୍ଟରେ ହଜାର କରିଛି। ଗୁରୁବାର ସନ୍ଧ୍ୟାରେ ପ୍ରଦୀପଙ୍କୁ ଗିରଫ କରିଛି।
ଜାଲିଆତି, ଠକେଇ ଓ ଅପରାଧିକ ଷଡ଼ଯନ୍ତ୍ର ଅଭିଯୋଗ ଆଧାରିତ ମାମଲାରେ ପ୍ରଦୀପ ଗିରଫ ହୋଇଛନ୍ତି। ଟାଟା କମ୍ପାନୀରେ ଚାକିରି କରାଇ ଦେବା ପ୍ରତିଶ୍ରୁତି ଦେଇ ପ୍ରଦୀପ ଆକାଶ ପାଠକଙ୍କ ପକ୍ଷରୁ ଟଙ୍କା ଆଦାୟ କରିଥିବା ଅଭିଯୋଗ ହୋଇଥିଲା । ଏହି ଅଭିଯୋଗର ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚ ପ୍ରଦୀପଙ୍କ ବିରୋଧରେ ଦଫା ୪୧୯, ୪୨୦, ୪୬୭, ୪୬୮, ୪୬୯, ୪୭୧ ଓ ୧୨୦(ଖ)ରେ ମାମଲା ରୁଜୁ କରିଛି। ଅନ୍ୟ ପକ୍ଷରେ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କର ଗିରଫଦାରୀ ନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ ଏକ ପ୍ରେସ ବିବୃତି ମଧ୍ୟ ଜାରି କରାଯାଇଛି।