oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୦୬ କୋଭିଡ୍ ପଜିଟିଭ୍
  • ||
  • ପିଏଫଆଇ ଉପରେ ଲାଗିଲା ୫ ବର୍ଷ ପାଇଁ ପ୍ରତିବନ୍ଧକ, ଆତଙ୍କବାଦୀ କାର୍ଯ୍ୟକଳାପ ନେଇ କାର୍ଯ୍ୟାନୁଷ୍ଠାନ
  • ||
  • ଯାଜପୁର: ମାଆ ବିରଜାଙ୍କ ପୀଠରେ ଚାଲିଛି ନବଦିନାତ୍ମକ ପୂଜା, ସନ୍ଧ୍ୟାରେ ରଥଟଣା
  • ||
  • ଜଗତସିଂହପୁର: ନବରାତ୍ରର ତୃତୀୟ ଦିନ, ମନ୍ତ୍ରଧ୍ୱନୀ ଓ ଚଣ୍ଡୀପାଠରେ କମ୍ପୁଛି ଝଙ୍କଡ଼ ପୀଠ
  • ||
  • କଟକ : କଟକ ସହରରେ ପଶିଲେ ୩ ହାତୀ, ଆକ୍ରମଣରେ ୨ ମୃତ
  • ||

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ପ୍ରଳମ୍ବାସୁର ବଧ ବେଶ

16/08/2020 at 2:31 PM

ପୁରୀ ୧୬।୮: ଆଜି ହେଉଛି ପବିତ୍ର ଭାଦ୍ରବ କୃଷ୍ଣପକ୍ଷ ଦ୍ବାଦଶୀ ତିଥି ଅର୍ଥାତ୍ ଆଜି ଶ୍ରୀମନ୍ଦିରରେ ବଳଭଦ୍ର ମହାପ୍ରଭୁଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ ହୋଇଛି ।

ଦ୍ବାପର ଯୁଗରେ ଭଗବାନ ଶ୍ରୀକୃଷ୍ଣ ବୃନ୍ଦାବନରେ ଗୋପାଳବାଳକମାନଙ୍କ ସହିତ ଖେଳୁଥିଲେ । ସେହି ସମୟରେ ଭଗବାନ ଶ୍ରୀକୃଷ୍ଣଙ୍କୁ ମାରିବା ପାଇଁ ପ୍ରଳମ୍ବାସୁର ନାମକ ଜଣେ ମହାବଳଶାଳୀ ଦୈତ୍ୟକୁ କଂସ ପ୍ରେରଣ କରିଥିଲେ । ମହାବଳଶାଳୀ ପ୍ରଳମ୍ବାସୁର ପ୍ରଭୁ ବଳଭଦ୍ରଙ୍କୁ ଆକ୍ରମଣ କରି ଉପରକୁ ଟେକି ନେଇଯିବା ସମୟରେ ସ୍ବୟଂ ବଳଭଦ୍ର ମହାପ୍ରଭୁ ମୁଷ୍ଟିକା ଘାତ କରି ପ୍ରଳମ୍ବାସୁରକୁ ବିନାଶ କରିଥିଲେ।

ମହାପ୍ରଭୁଙ୍କ ମଧ୍ୟାହ୍ନ ଧୂପ ବଢ଼ିବା ପରେ ଏହି ବେଶ ଶ୍ରୀମନ୍ଦିରରେ ଅନୁଷ୍ଠିତ ହୋଇଛି । କାଷ୍ଠ, ବେତ, କଳାକନା, ଧଳାକନା ଓ ନୀଳକନାରେ ୪ଫୁଟର ଏକ ବିରାଟକାୟ କାଷ୍ଠ ନିର୍ମିତ ଏହି ପ୍ରଳମ୍ବାଶୁର ମୂର୍ତ୍ତିକୁ ରତ୍ନସିଂହାସନସ୍ଥ ବଳଭଦ୍ରଙ୍କ ନିମ୍ନ ଭାଗରେ ସଜାଯାଏ । ପ୍ରଳମ୍ବାସୁର ବଧ ବେଶରେ ପ୍ରଭୁ ଶ୍ରୀଜଗନ୍ନାଥ, ଦେବୀ ସୁଭଦ୍ରା ସାଧାରଣ ବେଶରେ ବିରାଜମାନ କରିଥିବାବେଳେ ଅସୁରର ସ୍କନ୍ଧ ଏବଂ ଦୁଇ ଭୂଜରେ ପ୍ରଭୁ ବଳଭଦ୍ର ବସିଥିବା ଭଳି ଦୃଶ୍ୟ ହୁଏ ।

   Related Posts