ପୁରୀ ୨୩।୦୭: ସନ୍ଧ୍ୟା ଦର୍ଶନ ଲାଗି ଶ୍ରୀଗୁଣ୍ଡିଚା ମନ୍ଦିରରେ ଭକ୍ତଙ୍କ ଗହଳି ଲାଗିଛି। ଶରଧାବାଲି ଲୋକାରଣ୍ୟ ହୋଇ ପଡିଛି। ଶୁକ୍ରବାର ଶ୍ରୀମନ୍ଦିର ବାହୁଡ଼ିବେ ମହାପ୍ରଭୁ । ଏହା ପୂର୍ବରୁ ଆଜି ଶ୍ରୀଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଶେଷ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବିଶେଷ ନୀତି ନିର୍ଘଣ୍ଟ ଧାର୍ଯ୍ୟ କରାଯାଇଛି।

ତେବେ ଠାକୁରଙ୍କ ଦର୍ଶନ ସନ୍ଧ୍ୟା ୬ଟାରୁ ବନ୍ଦ ରହିବବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡକ୍ଟର ଅରବିନ୍ଦ ପାଢ଼ୀ ସୂଚନା ଦେଇଛନ୍ତି। ଶୁକ୍ରବାର ଠାକୁରଙ୍କ ବାହୁଡ଼ା ଯାତ୍ରାର ପୂର୍ବ ପ୍ରସ୍ତୁତି ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି। ପ୍ରବଳ ଭକ୍ତଙ୍କ ସମାଗମକୁ ଦୃଷ୍ଠିରେ ରଖି ଜିଲ୍ଲା ଓ ପୋଲିସ ପ୍ରଶାସନ ସମସ୍ତ ବ୍ୟବସ୍ଥା ଗ୍ରହଣ କରିଛି। ସୁରକ୍ଷା ବ୍ୟବସ୍ଥା ନେଇ ସବିଶେଷ ସୂଚନା ଦେଇଛନ୍ତି ପୁରୀ ଏସପି ପ୍ରତୀକ ସିଂ।

Also Read:-ପୋଖରୀରେ ଖସି ପଡିଲା ବରଯାତ୍ରୀ ଗାଡି଼, ୫ ମୃତ