ଭୁବନେଶ୍ୱର ୧୭।୧୦ : ଓଡ଼ିଶା ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ । ଆସନ୍ତା ୨୫ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହାପରେ ୨୮ ତାରିଖରେ ରାଷ୍ଟ୍ରପତି ମଧ୍ୟ ଓଡ଼ିଶା ଗସ୍ତରେ ଆସିପାରନ୍ତି । ଦୁଇ ଭିଭିଆଇପିଙ୍କ ଗସ୍ତକୁ ଦୃଷ୍ଟିରେ ଆଜି ବସୁଛି ପ୍ରସ୍ତୁତି ବୈଠକ । ଏହି ବୈଠକରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ନେଇ ସୁରକ୍ଷା ବ୍ୟବସ୍ଥା ଏବଂ ବିଭିନ୍ନ ପ୍ରସଙ୍ଗ ଉପରେ ହୋଇପାରେ ଆଲୋଚନା ।

ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଉଭୟ ଓଡ଼ିଶା ଗସ୍ତ ପାଇଁ ଆଜି ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲା ସମ୍ମିଳନୀ କକ୍ଷରେ ସକାଳ ୧୦ଟାରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ। ପ୍ରଧାନମନ୍ତ୍ରୀ ଅକ୍ଟୋବର ୨୫ରେ ଏବଂ ରାଷ୍ଟ୍ରପତି ଅକ୍ଟୋବର ୨୮ରୁ ୨୯ ତାରିଖ ଯାଏଁ ଓଡ଼ିଶା ଗସ୍ତରେ ଆସିବେ। ଏହି ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା, ଯାତାୟାତ ଓ ଅନ୍ୟାନ୍ୟ ଆନୁଷଙ୍ଗିକ ବ୍ୟବସ୍ଥାର ପ୍ରସ୍ତୁତି ସମୀକ୍ଷା କରାଯିବ। ବୈଠକରେ ବରିଷ୍ଠ ଅଧିକାରୀମାନେ ଯୋଗଦେବେ ।

Also Read:-Weather Forecast : ଦଶହରାରେ ଭଲ ପାଗ, କୁମାର ପୂର୍ଣ୍ଣିମାରେ ଘାଣ୍ଟିବ ବର୍ଷା..ଅକ୍ଟୋବର ଶେଷକୁ ଲଘୁଚାପ !