ଭୁବନେଶ୍ୱର ୨୪।୧୧ : ଭୁବନେଶ୍ୱରରେ ରାଷ୍ଟ୍ରପତି । ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ଆସି ବିମାନବନ୍ଦରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି । ରାଜ୍ୟପାଳ ବ୍ରିଜଭୂଷଣ ରାମ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱାଗତ କରିଲେ । ପୋଲିସ ଡିଜି ଏବଂ ମୁଖ୍ୟ ଶାସନ ସଚିବ ମଧ୍ୟ ଥିଲେ ଉପସ୍ଥିତ ।