ଓଡ଼ିଶାରୁ ୨ ଜଣଙ୍କୁ ମିଳିବ ରାଷ୍ଟ୍ରପତି ପଦକ, କମାଣ୍ଡାଣ୍ଟ ନରେଶ ପଟେଲ ଓ ASP ରବୀନ୍ଦ୍ର ପଣ୍ଡାଙ୍କୁ ମେଡାଲ୍

Published By : Prameya-News7 Bureau | August 14, 2025 IST

ଭୁବନେଶ୍ୱର ୧୪।୦୮ : ସ୍ଵାଧୀନତା ଦିବସ ଅବସରରେ ୧୦୯୦ ଜଣଙ୍କୁ ମିଳିବ ବୀରତ୍ଵ ପୁରସ୍କାର। ପୋଲିସ, ଅଗ୍ନିଶମ, ହୋମଗାର୍ଡ, ସିଭିଲ୍ ଡିଫେନ୍ସ ଏବଂ ସୁଧାର ସେବାର ୧୦୯୦ କର୍ମୀ ହେବେ ସମ୍ମାନିତ। ସେମାନଙ୍କ ମଧ୍ୟରୁ ୨୩୩ ଜଣଙ୍କୁ ବୀରତ୍ଵ ପଦକ (GM), ୯୯ ଜଣଙ୍କୁ ବିଶିଷ୍ଟ ସେବା ପାଇଁ ରାଷ୍ଟ୍ରପତି ପଦକ (PSM) ଏବଂ ୭୫୮ ଜଣଙ୍କୁ ପ୍ରଶଂସନୀୟ ସେବା ପାଇଁ ପଦକ (MSM) ପ୍ରଦାନ କରାଯିବ ।

ସ୍ୱାଧୀନତା ଦିବସ ଅବସରରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ସେବା ପାଇଁ ପୋଲିସ, ଅଗ୍ନିଶମ, ଗୃହରକ୍ଷୀ, ସିଭିଲ ଡିଫେନ୍ସ ସେବାର ମୋଟ ୧୦୯୦ ଜଣ କର୍ମଚାରୀଙ୍କୁ ସାହସିକତା ଏବଂ ସେବା ପଦକରେ ସମ୍ମାନିତ କରାଯିବ। ଓଡ଼ିଶାର ୨ ଜଣଙ୍କୁ ମିଳିବ ରାଷ୍ଟ୍ରପତି ପଦକ। ବିଶିଷ୍ଟ ସେବାରେ ଉଲ୍ଲେଖନୀୟ ଅବଦାନ ପାଇଁ ଏଏସ୍ ପି ରବୀନ୍ଦ୍ର ପଣ୍ଡା, କମାଣ୍ଡାଣ୍ଟ ନରେଶ ପଟେଲଙ୍କୁ ରାଷ୍ଟ୍ରପତି ପଦକ ମିଳିବ। ଓଡ଼ିଶାରୁ ୯ ଜଣଙ୍କୁ ମିଳିବ ସାହସିକତା ପଦକ। ଏସ୍ ଆଇ ଅମରେଶ ନରେନ୍ଦ୍ର, କନଷ୍ଟେବଳ ଜିତେନ୍ଦ୍ର ନାୟକଙ୍କୁ ମିଳିବ ସାହସିକତା ପଦକ। OAPF ଅର୍ଜ୍ଜନ ମଲ୍ଲିକ, ଯୁଧିଷ୍ଠିର ମଲ୍ଲିକ, ହାବିଲଦାର ଅଶ୍ୱିନୀ ବାଗ, କମାଣ୍ଡୋ ଡମ୍ବରୁଧର ଭୋଇ, ନବୀନ ସାହୁ, ପ୍ରଦୀପ ଶ୍ରେଷ୍ଠ, ଅଭିମନ୍ୟୁ ମାଝୀଙ୍କୁ ପଦକ ମିଳିବ। ମୋଟ ୨୩୩ ଜଣ କର୍ମଚାରୀଙ୍କୁ ସେମାନଙ୍କର ସାହସିକ କାର୍ଯ୍ୟ ପାଇଁ ଏହି ମର୍ଯ୍ୟାଦାଜନକ ପଦକ ମିଳିବ। ଏମାନଙ୍କ ମଧ୍ୟରୁ ୨୨୬ ଜଣ ପୋଲିସ ସେବାରୁ ୬ ଜଣ ଅଗ୍ନିଶମ ସେବାରୁ ଏବଂ ଜଣେ HG&CDରୁ ରହିଛନ୍ତି। ମୋଟ ୭୫୮ ଜଣ କର୍ମଚାରୀଙ୍କୁ ସେମାନଙ୍କର ପ୍ରଶଂସନୀୟ ଏବଂ ଗୁଣାତ୍ମକ ସେବା ପାଇଁ ମେରିଟୋରିଆସ୍ ସେବା ପଦକ ମିଳିବ। ପୋଲିସ ସେବାରୁ ୬୩୫ଜଣ, ଅଗ୍ନିଶମ ସେବାରୁ ୫୧ ଜଣ, ସିଭିଲ ଡିଫେନ୍ସ ଏବଂ ହୋମଗାର୍ଡରୁ ୪୧ ଜଣଙ୍କୁ ସମ୍ମାନିତ କରାଯିବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.